‘ରେଙ୍ଗାଲୀ ନଦୀବନ୍ଧ ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ଦିଆଯାଉ’

ଭୁବନେଶ୍ବର, ୪ା୭(ସୁନିତ୍‌ ମିଶ୍ର): ରେଙ୍ଗାଲୀ ନଦୀବନ୍ଧ ଯୋଜନା ଦ୍ୱାରା ବିସ୍ଥାପିତ ହୋଇଥିବା ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପୂର୍ବରୁ ଘୋଷଣା ହୋଇଥିବା କ୍ଷତିପୂରଣ ରାଶି ଦିଆଯାଉ। ଏହାସହ ସେମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ସହିତ ସେମାନଙ୍କ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖି ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ୧୯୮୦ ଦଶକରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲୀ ନଦୀବନ୍ଧ ଯୋଜନା ଓଡ଼ିଶାର ୨ୟ ବୃହତ୍ତମ ନଦୀବନ୍ଧ ଯୋଜନା। ଏହା ଦ୍ୱାରା ଆମର ଜଳସେଚନ ଓ ବିଦ୍ୟୁତ୍‌ ଉତ୍ପାଦନ କ୍ଷମତା ବହୁଗୁଣିତ ହୋଇପାରିଛି। ତେବେ ବିକାଶର ଏ ରୂପ ଆମକୁ ଅନେକ ବିଷାଦ ମଧ୍ୟ ଦେଇଛି। ବାସଚ୍ୟୁତ ଓ ବିସ୍ଥାପିତଙ୍କ ଦୁର୍ଦ୍ଦଶାର ପ୍ରାୟ ୪ ଦଶନ୍ଧିର ବିକଳ ଚିତ୍ର ବର୍ତ୍ତମାନ ମଧ୍ୟ ଆମକୁ ମର୍ମାହତ କରୁଛି। ୧୯୯୭ ମସିହାରେ ଗଠିତ ରେଙ୍ଗାଲୀ ବନ୍ଧ ବାସଚ୍ୟୁତ ସୁରକ୍ଷା ସମିତି ହିଁ ଏ ଦୁରବସ୍ଥାର ସାକ୍ଷୀ। ରେଙ୍ଗାଲୀ ଯୋଜନାରେ ୧୯୭୮ରୁ ୧୯୮୪ ମସିହା ମଧ୍ୟରେ ମୋଟ ୨୩୬ ଗୋଟି ରାଜସ୍ବ ଗ୍ରାମର ପ୍ରାୟ ୧୩ ହଜାର ପରିବାର ବାସହରା ହେଲେ। ଉପଯୁକ୍ତ ଥଇଥାନ ଓ କ୍ଷତିପୂରଣ ଅଭାବରୁ ଏଭଳି ଅନେକ ହଜାର ପରିବାର ହନ୍ତସନ୍ତ ହୋଇଛନ୍ତି। ଗଣଧାରଣା, ଅନଶନ, ପ୍ରତିବାଦ ଓ ବିକ୍ଷୋଭ ଭିତରେ ମଧ୍ୟ ସେମାନଙ୍କ ଦୁର୍ଦ୍ଦଶା କମିନାହିଁ। ଗତ ସେପ୍ଟେମ୍ବର ୨୦୧୦ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିସ୍ଥାପିତଙ୍କୁ କ୍ଷତିପୂରଣ ବାବଦ ପ୍ରାୟ ୧୫୨ କୋଟି ଟଙ୍କାର ଅନୁକମ୍ପା ରାଶି ଦେବା ଲାଗି ଆକଳନ କରାଯାଇଥିଲା। ପରିତାପର ବିଷୟ, ଏ ଅର୍ଥରାଶି ଏ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କୁ ମିଳିପାରିନାହିଁ। ଏହି ପରିପ୍ରେକ୍ଷୀରେ ନିଜର ଭିଟାମାଟି ହରାଇ ସର୍ବହରା ହୋଇଥିବା ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ ଓ ସେମାନଙ୍କ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ଦାବିକୁ ପୂରଣ କରିବା ପାଇଁ ସରକାର ହସ୍ତକ୍ଷେପ କରନ୍ତୁ। ଓଡ଼ିଶା ସରକାର ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗରେ ଆନ୍ତରିକତା ଦେଖାଇବା ସଙ୍ଗେ ସଙ୍ଗେ ଏଥି ନିମନ୍ତେ ସମୟୋଚିତ ପଦକ୍ଷେପ ନେବେ ଏବଂ ବିସ୍ଥାପିତଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରିବାରେ ତତ୍ପର ହେବେ ବୋଲି ଧର୍ମେନ୍ଦ୍ର ତାଙ୍କ ଚିଠିରେ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri