FM ଛାତ୍ରୀ ମୃତ୍ୟୁକୁ ନେଇ କହୁ କହୁ ଏମିତି କଥା କହିଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୫।୭: ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବ୍ୟକ୍ତିଗତ ‘X’ ଆକାଉଣ୍ଟରେ ସମ୍ପୃକ୍ତା ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି।

FM ଛାତ୍ରୀ ମୃତ୍ୟୁକୁ ନେଇ ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ ପ୍ରଧାନ। ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହବିଦ୍ୟାଳୟ ଘଟଣାରେ ଚିକିତ୍ସାଧୀନ ଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।

ପୀଡ଼ିତାଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘X’ ଆକାଉଣ୍ଟରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ‘ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ, ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି। ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡ଼ା ହୋଇଛନ୍ତି।’
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାତିରେ ଏମ୍‌ସ ଯାଇ ପୀଡ଼ିତାଙ୍କ ଶେଷ ଦର୍ଶନ କରିବା ସହ ମୃତାଙ୍କ ମା’ ବାପାଙ୍କ ସହ ଆଲୋଚନା କରିଛନ୍ତି। ଛାତ୍ରୀଙ୍କୁ ବଞ୍ଚାଇବା ପାଇଁ ସମସ୍ତ ଉଦ୍ୟମ କରାଯାଇଥିଲା। ତାଙ୍କ ମୃତ୍ୟୁ ଘୋର ଅବଶୋଷ ଆଣିଛି ା ଏହି ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କୁ କଠୋର ଦଣ୍ଡରେ ଦଣ୍ଡିତ କରାଯିବ ବୋଲି ପ୍ରଭାତୀ କହିଛନ୍ତି।

ସୂଚନାଯୋଗ୍ୟ, ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri