Posted inଭଦ୍ରକ

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭଦ୍ରକ ଅଫିସ, ୩୧।୫-କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ଦ୍ୱାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। ମନ୍ତ୍ରୀ ପ୍ରଧାନ ହେଲିକପ୍ଟର ଯୋଗେ ଧାମରା ବନ୍ଦରଠାରେ ଅବତରଣ କରିଥିଲେ। ଏହାପରେ ସେ ବାତ୍ୟାରେ ଅଧିକ ପ୍ରଭାବିତ ଧାମରା ଅଞ୍ଚଳର ଦୋସିଙ୍ଗା ପଞ୍ଚାୟତର ସମିପାଟିଆ, ଓରାମାଳ, ଜାଗୁଳା ପଞ୍ଚାୟତର ପାଇକସାହି ଏବଂ ଧାମରା ପଞ୍ଚାୟତର ଝାଡ଼କଟା ସମେତ ଅନ୍ୟ କିଛି ଗଁା ବୁଲି ବିପନ୍ନଙ୍କ ସହ ଆଲୋଚନା କରିଥିଲେ। ଏପରିକି ଝାଡ଼କଟାଠାରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ବାତ୍ୟା ଦିନର ଅନୁଭୂତି ସମ୍ପର୍କରେ ସେ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ପ୍ରଶାସନିକ ଅଧିକାରୀମାନଙ୍କ କାର୍ଯ୍ୟକଳାପ ଓ ସହଯୋଗ କିଭଳି ରହିଥିଲା ସେ ସମ୍ପର୍କରେ ଗ୍ରାମବାସୀଙ୍କୁ ପଚାରି ବୁଝିଥିଲେ। ଏସବୁ ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟସ୍ଥଳୀର ପରିସର ବଢ଼ାଯିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଏପରିକି ଏହି ଅଞ୍ଚଳରେ ଦୀର୍ଘମିଆଦୀ ସ୍ଥାୟୀ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ଲାଗି ସେ ଚେଷ୍ଟା କରିବେ ବୋଲି କହିଛନ୍ତି।
ସମୁଦ୍ର ଉପକୂଳ ହୋଇଥିବାରୁ ସାମାନ୍ୟ ପ୍ରାକୃତିକ ବିପର୍ଯ୍ୟୟରେ ବିଦ୍ୟୁତ୍‌ ସମସ୍ୟା ଦେଖାଦେଉଛି। ଏଣୁ ଏଥିପ୍ରତି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୃଷ୍ଟି ଦିଆଯିବ ବୋଲି ସେ କହିଥିଲେ। ବିପତ୍ତି ବେଳେ ରାଜ୍ୟ ସରକାରଙ୍କ ସହ କେନ୍ଦ୍ର ସରକାର ରହିଥିବା ସେ ପ୍ରକାଶ କରିଥିଲେ। କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଗସ୍ତ ସମୟରେ ପୂର୍ବତନ ରାଜସ୍ବ ମନ୍ତ୍ରୀ ମନମୋହନ ସାମଲ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ଚାନ୍ଦବାଲି ଓ ଧାମରା ଅଞ୍ଚଳର ଭାଜପା କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri