ଧାମନଗରବାସୀଙ୍କ ସ୍ନେହ, ଶ୍ରଦ୍ଧାର ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଫଳାଫଳ ଘୋଷଣା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପ୍ରତିକ୍ରିୟାରେ ଏହା ଧାମନଗରବାସୀଙ୍କ ବିଜୟ ସହ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପ୍ରତି ସେଠାକାର ଜନସାଧାରଣଙ୍କ ସ୍ନେହ ଏବଂ ଶ୍ରଦ୍ଧାର ବିଜୟ ବୋଲି କହିଛନ୍ତି। ଏହା ଗଣତନ୍ତ୍ର ଏବଂ ଓଡ଼ିଆ ସ୍ବାଭିମାନର ବିଜୟ। ଯେଉଁ ଭୂମିରେ ବାବା ଆଖଣ୍ଡଳମଣି ଅଛନ୍ତି, ଯେଉଁ ରାଜ୍ୟରେ ମହାପ୍ରଭୁ ଜଗନ୍ନାଥ ବିଦ୍ୟମାନ ସେଠାରେ ବହୁଦିନ ପର୍ଯ୍ୟନ୍ତ ଅନ୍ଧାର ରୁହେ ନାହିଁ। କେବେ ନା କେବେ ସତ୍ୟ ସାମ୍ନାକୁ ଆସେ। ଏ ସତ୍ୟ ସାମ୍ନାକୁ ଆସିଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ଯେଉଁମାନେ ନିଜକୁ ଅପରାଜେୟ ବୋଲି ଭାବୁଥିଲେ ତାହା ଭୁଲ୍‌ ପ୍ରମାଣିତ ହୋଇଛି। ଗଣତନ୍ତ୍ରରେ ଜୟ, ପରାଜୟ ରହିଛି। ସ୍ବାଭିମାନୀ ଧାମନଗରବାସୀ ତାହା ପ୍ରମାଣ କରି ଦେଖାଇଛନ୍ତି। ଏହା ସମସ୍ତଙ୍କ ପାଇଁ ଗଣତନ୍ତ୍ରର ବିଜୟ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri