Posted inଜାତୀୟ

‘ଯୋଗୀ ଆଦିତ୍ୟନାଥଙ୍କଠାରୁ ଟ୍ରେନିଂ ନିଅନ୍ତୁ ନୀତୀଶ’

ପାଟନା,୨।୪: ବିହାର ରୋହତସର ସାସାରାମ ସହରରେ ସାମ୍ପ୍ରଦାୟିକ ହିଂସା ଘଟିଛି। ଏଠାରେ ଅନେକ ଯାନବାହନ, ଘର ଏବଂ ଦୋକାନରେ ନିଆଁ ଲାଗି ନଷ୍ଟ ହେବା ସହ ଅନେକ ଲୋକ ଆହତ ହୋଇଛନ୍ତି। ସାସରାମ ସହରରେ ଘଟିଥିବା ହିଂସା ପାଇଁ ବିହାରର ରୋହତସ ଜିଲାରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଏପ୍ରିଲ ୪ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହା ସହିତ ସମସ୍ତ କୋଚିଂ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିବ ବୋଲି ଜଣାପଡିଛି। ସାସାରାମ ସହରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ଥିଲା। ଏହାପୂର୍ବରୁ ହିଂସା ଯୋଗୁ ତାଙ୍କ କାର୍ଯ୍ୟକ୍ରମ ବନ୍ଦ ହେବା ପରେ ଏବେ ଭାଜପା ନୀତୀଶ ସରକାରଙ୍କୁ ଟାର୍ଗେଟ୍‌ କରିଛି।
କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ରବିବାର ପାଟନାରେ କହିଛନ୍ତି, ନୀତୀଶ କୁମାର ବିହାରକୁ ସମ୍ଭାଳିବାରେ ଅସମର୍ଥ। ତେଣୁ ସେ ଉତ୍ତରପ୍ରଦେଶକୁ ଦୁଇଥର ପରିଚାଳନା କରୁଥିବା ବୁଲଡୋଜର ବାବାଙ୍କଠାରୁ ଶିଖନ୍ତୁ। ତାଙ୍କଠାରୁ ରାଜ୍ୟ ଚଳାଇବା ପାଇଁ କୌଶଳ ଗ୍ରହଣ କରନ୍ତୁ। ଦୁର୍ଭାଗ୍ୟବଶତଃ ନୀତୀଶ କୁମାର ବିହାରକୁ ପଶ୍ଚିମବଙ୍ଗ ଢାଞ୍ଚାରେ ନେଉଛନ୍ତି। ସେ ମମତା ବାନାର୍ଜୀଙ୍କ ପଥ ଅନୁସରଣ କରୁଛନ୍ତି। ଜନତା ଏହାର ଉଚିତ ଜବାବ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri