ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାକୁ ଉଦ୍‌ଘାଟନ କରି କହିଛନ୍ତି ଯେ ସମ୍ବଲପୁରର ଇତିହାସ ଓ ସଂସ୍କୃତି ଅତି ପ୍ରାଚୀନ। ଜିଲା ପ୍ରଶାସନ, ରାଜ୍ୟ ସଂସ୍କୃତି ବିଭାଗ ଏବଂ ‘ଇଣ୍ଟାକ’ର ମିଳିତ ସହଯୋଗରେ ନିର୍ମିତ ଏହି ଉଚ୍ଚକୋଟୀର ମ୍ୟୁଜିୟମ ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ସାଜିବ। ସମ୍ବଲପୁର ଅଞ୍ଚଳରେ ୧୦ ହଜାର ବର୍ଷ ତଳର ପଥର ଯୁଗର ଗୁମ୍ଫା ଚିତ୍ର ବା ‘ରକ ଆର୍ଟ’ ମିଳିବା ଏହାର ସମୃଦ୍ଧ ସଭ୍ୟତାର ପ୍ରମାଣ ଦିଏ ବୋଲି ସେ ପ୍ରକାଶ କରିଛନ୍ତି। ଏହି ଅବସରରେ ପ୍ରଧାନ ସମ୍ବଲପୁରରେ ଏକ ସ୍ବତନ୍ତ୍ର ‘ଆର୍ଟ କଲେଜ’ ବା କଳା ମହାବିଦ୍ୟାଳୟ ସ୍ଥାପନ ପାଇଁ ଘୋଷଣା କରିଛନ୍ତି। ସମ୍ବଲପୁରୀ ନୃତ୍ୟ, ସଂଗୀତ, ବାଦ୍ୟ ଏବଂ ଲୋକ ସଂସ୍କୃତିକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ଏହି କଲେଜ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାସହ ସହରରେ ନୂତନ ଅଡିଟୋରିୟମ ନିର୍ମା ନେଇ ମଧ୍ୟ ସେ ସୂଚନା ଦେଇଛନ୍ତି। ସମ୍ବଲପୁରର ଜ୍ଞାନ ଆଧାରିତ ଅର୍ଥନୀତି ଓ ସାଂସ୍କୃତିକ ଗାରିମାକୁ ବୃଦ୍ଧି କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ ମତ ଦେଇଛନ୍ତି। ଏହି ଅବସରରେ ତାଙ୍କ ସହିତ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତ ରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ, ବିଧାୟକ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ନାଉରୀ ନାଏକ ପ୍ରମୁଖଙ୍କ ସହ ଜିଲାପାଳ,ତଥା ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri