ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କୁ ଭେଟିଲେ କେନ୍ଦ୍ର ମନ୍ତ୍ରୀ

ଭବାନୀପାଟଣା/କେସିଙ୍ଗା,୧୨।୬(ଡି.ଏନ.ଏ.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ରବିବାର ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିଛନ୍ତି। ପୂର୍ବାହ୍ନ ସାଢ଼େ ୧୧ଟାରେ ଉତ୍କେଲା ଏୟାର ଷ୍ଟ୍ରିପରେ ଅବତରଣ କରିଥିଲେ। ରାଷ୍ଟ୍ର ଅତିଥି ଭାବେ କେନ୍ଦ୍ରମନ୍ତ୍ରୀଙ୍କୁ କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ଓ ପ୍ରଶାସନ ପକ୍ଷରୁ ପ୍ରକଳ୍ପ ନିର୍ଦ୍ଦେଶକ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସୋମେଶ କୁମାର ଉପାଧ୍ୟାୟ ସ୍ବାଗତ କରିଥିଲେ। କେନ୍ଦ୍ରୀୟ ଯୋଜନାର ଠିକ୍‌ ରୂପାୟନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଅନୁଧ୍ୟାନ ପାଇଁ କେନ୍ଦ୍ରମନ୍ତ୍ରୀ ମୁଣ୍ଡା କଳାହାଣ୍ଡି ଜିଲା ଗସ୍ତରେ ଆସିଥିବା ଜଣାପଡ଼ିଛି।

ପ୍ରଥମେ କେନ୍ଦ୍ରମନ୍ତ୍ରୀ କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବୋରିଂପଦର୍‌ସ୍ଥିତ ପୁନର୍ବାସ କଲୋନୀ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୪୪ଟି ହିତାଧିକାରୀ ପରିବାରବର୍ଗଙ୍କୁ ଭେଟି ସୁବିଧା ଅସୁବିଧା ଉପରେ ପଚାରି ବୁଝିଥିଲେ। କଲୋନୀରେ ପ୍ରଶାସନ ପକ୍ଷରୁ କରାଯାଇଥିବା ରାସ୍ତା, ଲାଇଟ, ଡ୍ରେନ ଓ ପାରିପାଶର୍‌ବିକ ଅବସ୍ଥିତି ଦେଖି ଖୁସି ପ୍ରକଟ କରିଥିଲେ। ଏହାପରେ କେସିଙ୍ଗା ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ସ୍କୁଲର ସ୍ମାର୍ଟ କ୍ଲାସରୁମ, ଲାଇବ୍ରେରି, ଶୌଚାଳୟ ପରିଦର୍ଶନ କରି ଶିକ୍ଷକମାନଙ୍କ ସହ ବାର୍ତ୍ତାଳାପ କରିଥିଲେ। କେସିଙ୍ଗା ସିଏଚ୍‌ସି ଡାକ୍ତରଖାନା ପରିଦର୍ଶନ କରି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଅପରାହ୍ନରେ ସୁକୁନାଭଟସ୍ଥିତ ଏମ୍‌ଜିଏନ୍‌ଆରଇଜିଏସ୍‌ ଅନ୍ତର୍ଭୁକ୍ତ ଗ୍ରାମ୍ୟ ପାର୍କ ପରିଦର୍ଶନ କରି ସ୍ଥାନୀୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଭ୍ୟାଙ୍କୁ ଭେଟିଥିଲେ। ପରେ ଭଙ୍ଗାବାରିସ୍ଥିତ ନିମାଣାଧୀନ ସରକାରୀ ମେଡିକାଲ କଲେଜର ଅଗ୍ରଗତି ଦେଖିଥିଲେ। ୫-ଟି ହାଇସ୍କୁଲ ରୂପାନ୍ତରଣ ଅନ୍ତର୍ଭୁକ୍ତ ମାଣିକେଶରୀ ହାଇସ୍କୁଲ ପରିଦର୍ଶନ ସହ ଦିନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଅନ୍ତର୍ଗତ ପଲିଟେକନିକ କେନ୍ଦ୍ରର ତାଲିମ ନେଉଥିବା ଶିକ୍ଷାର୍ଥୀଙ୍କ ସହ ବାର୍ତ୍ତାଳାପ କରିଥିଲେ। ସୋମବାର ଜିଲାର ଜୁନାଗଡ଼ ସହ ବିଭିନ୍ନ କ୍ଷେତ୍ର ପରିଦର୍ଶନ ସହ ଜିଲାସ୍ତରୀୟ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ଧର୍ମଗଡ଼ ଉପଜିଲାପାଳ ପାୱାର ସଚିନ ପ୍ରକାଶ, ଅଜିତ ବାବୁ, ସିଡିଏମଓ ଡ. କସ୍ତୁରୀ ମିଶ୍ର, ଶ୍ରୀକାନ୍ତ ଦଳେଇ, ଡିଇଓ ସୁଶାନ୍ତ ଚୋପଦାର, ଡିଆଇପିଆର୍‌ ମନୋଜ ବେହେରା, କିରଣ ବେହେରା, ଜିଲା କର୍ମ ନିୟୋଜନ ଅଧିକାରୀ ଅଜିତ ଉତ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri