ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କୁ ଭେଟିଲେ କେନ୍ଦ୍ର ମନ୍ତ୍ରୀ

ଭବାନୀପାଟଣା/କେସିଙ୍ଗା,୧୨।୬(ଡି.ଏନ.ଏ.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ରବିବାର ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିଛନ୍ତି। ପୂର୍ବାହ୍ନ ସାଢ଼େ ୧୧ଟାରେ ଉତ୍କେଲା ଏୟାର ଷ୍ଟ୍ରିପରେ ଅବତରଣ କରିଥିଲେ। ରାଷ୍ଟ୍ର ଅତିଥି ଭାବେ କେନ୍ଦ୍ରମନ୍ତ୍ରୀଙ୍କୁ କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ଓ ପ୍ରଶାସନ ପକ୍ଷରୁ ପ୍ରକଳ୍ପ ନିର୍ଦ୍ଦେଶକ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସୋମେଶ କୁମାର ଉପାଧ୍ୟାୟ ସ୍ବାଗତ କରିଥିଲେ। କେନ୍ଦ୍ରୀୟ ଯୋଜନାର ଠିକ୍‌ ରୂପାୟନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଅନୁଧ୍ୟାନ ପାଇଁ କେନ୍ଦ୍ରମନ୍ତ୍ରୀ ମୁଣ୍ଡା କଳାହାଣ୍ଡି ଜିଲା ଗସ୍ତରେ ଆସିଥିବା ଜଣାପଡ଼ିଛି।

ପ୍ରଥମେ କେନ୍ଦ୍ରମନ୍ତ୍ରୀ କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବୋରିଂପଦର୍‌ସ୍ଥିତ ପୁନର୍ବାସ କଲୋନୀ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୪୪ଟି ହିତାଧିକାରୀ ପରିବାରବର୍ଗଙ୍କୁ ଭେଟି ସୁବିଧା ଅସୁବିଧା ଉପରେ ପଚାରି ବୁଝିଥିଲେ। କଲୋନୀରେ ପ୍ରଶାସନ ପକ୍ଷରୁ କରାଯାଇଥିବା ରାସ୍ତା, ଲାଇଟ, ଡ୍ରେନ ଓ ପାରିପାଶର୍‌ବିକ ଅବସ୍ଥିତି ଦେଖି ଖୁସି ପ୍ରକଟ କରିଥିଲେ। ଏହାପରେ କେସିଙ୍ଗା ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ସ୍କୁଲର ସ୍ମାର୍ଟ କ୍ଲାସରୁମ, ଲାଇବ୍ରେରି, ଶୌଚାଳୟ ପରିଦର୍ଶନ କରି ଶିକ୍ଷକମାନଙ୍କ ସହ ବାର୍ତ୍ତାଳାପ କରିଥିଲେ। କେସିଙ୍ଗା ସିଏଚ୍‌ସି ଡାକ୍ତରଖାନା ପରିଦର୍ଶନ କରି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଅପରାହ୍ନରେ ସୁକୁନାଭଟସ୍ଥିତ ଏମ୍‌ଜିଏନ୍‌ଆରଇଜିଏସ୍‌ ଅନ୍ତର୍ଭୁକ୍ତ ଗ୍ରାମ୍ୟ ପାର୍କ ପରିଦର୍ଶନ କରି ସ୍ଥାନୀୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଭ୍ୟାଙ୍କୁ ଭେଟିଥିଲେ। ପରେ ଭଙ୍ଗାବାରିସ୍ଥିତ ନିମାଣାଧୀନ ସରକାରୀ ମେଡିକାଲ କଲେଜର ଅଗ୍ରଗତି ଦେଖିଥିଲେ। ୫-ଟି ହାଇସ୍କୁଲ ରୂପାନ୍ତରଣ ଅନ୍ତର୍ଭୁକ୍ତ ମାଣିକେଶରୀ ହାଇସ୍କୁଲ ପରିଦର୍ଶନ ସହ ଦିନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଅନ୍ତର୍ଗତ ପଲିଟେକନିକ କେନ୍ଦ୍ରର ତାଲିମ ନେଉଥିବା ଶିକ୍ଷାର୍ଥୀଙ୍କ ସହ ବାର୍ତ୍ତାଳାପ କରିଥିଲେ। ସୋମବାର ଜିଲାର ଜୁନାଗଡ଼ ସହ ବିଭିନ୍ନ କ୍ଷେତ୍ର ପରିଦର୍ଶନ ସହ ଜିଲାସ୍ତରୀୟ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ଧର୍ମଗଡ଼ ଉପଜିଲାପାଳ ପାୱାର ସଚିନ ପ୍ରକାଶ, ଅଜିତ ବାବୁ, ସିଡିଏମଓ ଡ. କସ୍ତୁରୀ ମିଶ୍ର, ଶ୍ରୀକାନ୍ତ ଦଳେଇ, ଡିଇଓ ସୁଶାନ୍ତ ଚୋପଦାର, ଡିଆଇପିଆର୍‌ ମନୋଜ ବେହେରା, କିରଣ ବେହେରା, ଜିଲା କର୍ମ ନିୟୋଜନ ଅଧିକାରୀ ଅଜିତ ଉତ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri