Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ନିରଞ୍ଜନ ଜ୍ୟୋତିଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭର ଗିରଫ

ବେଙ୍ଗାଲୁରୁ,୧୬।୩: କର୍ନାଟକର ବିଜୟପୁରା ଜିଲାରେ କେନ୍ଦ୍ର ଖାଦ୍ୟ ଓ ବଣ୍ଟନ ରାଜ୍ୟ ମନ୍ତ୍ରୀ ନିରଞ୍ଜନ ଜ୍ୟୋତି ଗୁରୁବାର ରାତିରେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ତାଙ୍କ କାର୍‌କୁ ଏକ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ପଛପଟୁ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ନିରଞ୍ଜନ ଜ୍ୟୋତି ଏବଂ ତାଙ୍କ ଡ୍ରାଇଭର ଆହତ ହୋଇଛନ୍ତି। ଉଭୟଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଭୟ ଗାଡ଼ି ଧକ୍କା ହେବା ମାତ୍ରେ ଲୁହା ରଡ୍‌ରେ ଭର୍ତ୍ତି ଥିବା ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଅନ୍ୟପଟେ କାର୍‌ର ବୋନେଟ ମଧ୍ୟ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଟ୍ରକ୍‌ ଡ୍ରାଇଭର ଜଣକ ନିଶାରେ ଥିବାରୁ ଏହି ଦୁର୍ଘଟଣା ଘଟିଥିଲା। ବର୍ତ୍ତମାନ ଡ୍ରାଇଭରଙ୍କୁ ଗିରଫ କରାଯାଇଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri