କରୋନା ଆକ୍ରାନ୍ତ ହେଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀ

ନୂଆଦିଲ୍ଲୀ, ୧୬।୯: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଟୁଇଟ୍‌ ଯୋଗେ ଗଡ଼କରୀ ନିଜେ ଏହି ସୂଚନା ଦେଇଛନ୍ତି। ଗଡ଼କରୀ କହିଛନ୍ତି, ‘କାଲି ମୁଁ ଦୁର୍ବଳ ଅନୁଭବ କରିଥିଲି। ଏହାପରେ ଡାକ୍ତରଙ୍କ ପରାମର୍ଶ ନେଇଥିଲି। ଚେକ୍‌ ଅପ୍‌ ପରେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ସମସ୍ତଙ୍କ ଆଶୀର୍ବାଦ ଓ ଶୁଭେଚ୍ଛା ଯୋଗୁ ଠିକ୍‌ ଅଛି। ମୁଁ ନିଜକୁ ଅଲଗା କରିନେଇଛି। ଯେଉଁମାନେ ମୋ ସମ୍ପର୍କରେ ଆସିଛନ୍ତି ସତର୍କ ରୁହନ୍ତୁ ଏବଂ ପ୍ରୋଟୋକଲ ପାଳନ କରନ୍ତୁ।’ ଏଠାରେ ଉଲ୍ଲେଖଯୋଗ୍ୟ, ନରେନ୍ଦ୍ର ମୋଦୀ ସରକାରରେ ପୂର୍ବରୁ ଅନେକ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅମିତ୍‌ ଶାହ, ଧମେନ୍ଦ୍ର ପ୍ରଧାନ, ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌, ଶ୍ରୀପଦ ନାଇକ ଓ ସୁରେଶ ଅଙ୍ଗଡି ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri