ଓଡ଼ିଶାରେ ବଡ଼ ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡକରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ନୀତୀନ ଗଡ଼କରୀ ବଡ଼ ଘୋଷଣା କରି କହିଛନ୍ତି, ଓଡ଼ିଶା ସମେତ କିଛି ରାଜ୍ୟରେ ହାଇଡ୍ରୋଜେନ ଗାଡ଼ି ଚାଲିବ । ପାଇଲଟ ପ୍ରୋଜେକ୍ଟରେ ଓଡ଼ିଶା ସମେତ କିଛି ରାଜ୍ୟରେ ଚାଲିବ।ହାଇଡ୍ରୋଜେନ ଆମେ ପ୍ରସ୍ତୁତ କରୁଛୁ, ଏହା ହେଉଛି ଭବିଷ୍ୟତ। ଦେଶର ଚାଷୀ କେବଳ ଅନ୍ନଦାତା ନୁହନ୍ତି, ଇନ୍ଧନଦାତା ମଧ୍ୟ। ଏବେ ଚାଷୀ ଇଥାନଲ ପ୍ରସ୍ତୁତ କରୁଛି, ନଡ଼ା ଓ ବାଉଁଶରୁ ଇନ୍ଧନ ପ୍ରସ୍ତୁତ ହେଉଛି।ଏହାକୁ ଓଡ଼ିଶା ସରକାର ପ୍ରୋତ୍ସାହନ କରିବା ଉଚିତ୍‌ ବୋଲି ଗଡ଼କରୀ କହିଛନ୍ତି।

ରୋଡ୍ସ କଂଗ୍ରେସ ସମାବେଶରେ କେନ୍ଦ୍ର ମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଦେଶରେ ସଡ଼କ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି।ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡ଼ିରହିଛି। ଅର୍ଥର କୌଣସି ଅଭାବ ନାହିଁ, ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା।ଅର୍ଥ ଖର୍ଚ୍ଚ କରିବାକୁ ହେଲେ ସକରାତ୍ମକ ଚିନ୍ତା ଓ ଟ୍ରାନ୍ସପରେନ୍ସି ଆବଶ୍ୟକ।ଏଥିସହ ଶୀଘ୍ର ନିଷ୍ପତ୍ତି ନେବା ଦରକାର, ଯାହା ବି ନିଷ୍ପତ୍ତି ନିଅନ୍ତୁ ଶୀଘ୍ର ନିଅନ୍ତୁ। ସଚ୍ଚୋଟ ବି ହେବା ଦରକାର, ଶୀଘ୍ର ନିଷ୍ପତ୍ତି ମଧ୍ୟ ନେବା ଆବଶ୍ୟକ। ଦେଶକୁ ଆଗକୁ ନେବାକୁ ହେଲେ ଏସବୁ ଆବଶ୍ୟକ ବୋଲି ଗଡ଼କରୀ କହିଛନ୍ତି।

ସେହିପରି ଇଣ୍ଡିଆନ ରୋଡ୍ସ କଂଗ୍ରେସ ଅଧିବେଶନରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି, ୨୦୧୪ ପରେ ସଡ଼କ ନିର୍ମାଣ କ୍ଷେତ୍ରରେ ଅଧିକ ବିକାଶ ହୋଇଛି। ୧୧ ବର୍ଷରେ ୬୦ ପ୍ରତିଶତ ସଡ଼କ ନିର୍ମାଣ ହୋଇଛି। ଗଡ଼କରୀଙ୍କ ଭିଜନ ପାଇଁ ଆଜି ଦେଶର ସଡ଼କପଥ ବିକଶିତ ହୋଇଛି। ଓଡ଼ିଶାକୁ ବିକଶିତ କରିବାକୁ ଭିଜନ ରଖାଯାଇଛି। ୨୦୨୯ ସୁଦ୍ଧା ୧ ହଜାର କିମି ରାସ୍ତା କରିବାକୁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ପୋର୍ଟ, ରାସ୍ତା ଓ ରେଳପଥର ବିକାଶକୁ ଗୁରୁତ୍ୱ ଦିଆଯାଉଛି।୨୦୧୪-୨୪ ମଧ୍ୟରେ ସଡ଼କ ପଥର ବିକାଶ ପାଇଁ ୧୦ହଜାର କୋଟି ମିଳିଛି। ଓଡ଼ିଶାକୁ ସ୍ବତନ୍ତ୍ର ଦୃଷ୍ଟି ଦେଲେ ଆମ ଭିଜନ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri