ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ନବରଙ୍ଗପୁର ଲୋକ ସଭା ନିର୍ବାଚନମଣ୍ଡଳୀର ଉମରକୋଟ, ଝରିଗାଁ, ଡାବୁଗଁା, ନବରଙ୍ଗପୁରରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଦଳର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ସେ ନିବେଦନ କରିଛନ୍ତି। ନିଜ ଭାଷଣରେ କେନ୍ଦ୍ରମନ୍ତ୍ରୀଙ୍କୁ ଲକ୍ଷ୍ୟକରି ପାଣ୍ଡିଆନ କହିଛନ୍ତି ଯେ ତାଙ୍କର ରାଗ ହେଉଛି ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କୁ କାହିଁକି ଏତେ ସୁବିଧା ଦେଉଛନ୍ତି। ମା’ମାନଙ୍କୁ କାହିଁକି ଏତେ ସୁବିଧା ଦେଉଛନ୍ତି। ତେଣୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି ଆଦି କାର୍ଯ୍ୟକ୍ରମ ବନ୍ଦ କରିବାକୁ ସେ ଷଡ଼ଯନ୍ତ୍ର କରୁଛନ୍ତି। ମା’ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଦେଲେ। ମା’ମାନେ ତାଙ୍କୁ ଉଚିତ ଜବାବ ଦେବେ। କେନ୍ଦ୍ରମନ୍ତ୍ରୀ ବଡ଼ ବଡ଼ କଥା କହୁଛନ୍ତି। ୫ ବର୍ଷ ହେଲା ଶିକ୍ଷାମନ୍ତ୍ରୀ ହେଲେଣି, ଏହି ଅଞ୍ଚଳରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିପାରିଲେ ନାହିଁ। ସେ ଚାହିଁଥିଲେ ନବରଙ୍ଗପୁରରେ ୩/୪ କେନ୍ଦ୍ରୀୟ ବିଦ୍ୟାଳୟ କରିପାରିଥାନ୍ତେ। କିନ୍ତୁ ହୋଇପାରିଲା ନାହିଁ। ଓଡ଼ିଶା ସରକାର ୫-ଟିରେ ୮ ହଜାରରୁ ଅଧିକ ହାଇସ୍କୁଲର ରୂପାନ୍ତର କରିଛନ୍ତି।
ମୁଖ୍ୟମନ୍ତ୍ରୀ ଜନଜାତିଙ୍କୁ ବହୁତ ଭଲ ପାଆନ୍ତି, ସମ୍ମାନ କରନ୍ତି, ଜନଜାତି ଭାଷା ସଂସ୍କୃତି ଓ ପୂଜାସ୍ଥଳୀର ଉନ୍ନତି ପାଇଁ କେଉଁ ରାଜ୍ୟ ବି ଚିନ୍ତା କରିନାହିଁ। ଜନଜାତିଙ୍କ କଳା ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ଜନଜାତି ଭାଇଙ୍କ ସୁବିଧା ପାଇଁ ୫୦ ହଜାର ଛୋଟ ଛୋଟ କେସ୍‌ ରଦ୍ଦ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆପଣଙ୍କ ପାଇଁ ଲାଭ ଯୋଜନା କରିଛନ୍ତି। ଏଥିରେ ସରକାର ଆପଣଙ୍କ ଜିନିଷ ଠିକ୍‌ ଦାମ ଦେଇ କିଣିନେବେ। ଆପଣଙ୍କୁ ଆଉ କେହି ଠକିପାରିବେ ନାହିଁ। ଜନଜାତି ପିଲାଙ୍କ ପାଠ ପଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ହଷ୍ଟେଲ କରିଛନ୍ତି।
ଉମରକୋଟ ବିକାଶର ହିସାବ ଦେଇ ପାଣ୍ଡିଆନ କହିଛନ୍ତି, ଏଠାରେ ୨୧୨ କୋଟି ଟଙ୍କାର କାମ ଚାଲିଛି। ମା’ ପେଣ୍ଡ୍ରାଣୀ ମନ୍ଦିର କାମ ଶେଷ ହୋଇଛି।
ଝରିଗାଁରେ ସେ କହିଛନ୍ତି ଯେ ମୁଁ ଯେତେବେଳ ଆସିଥିଲି, ସେତେବେଳେ ବର୍ଷା ହେଉଥିଲା। ତା’ସତ୍ତ୍ବେ ବି ଆପଣମାନେ ବହୁ ସଂଖ୍ୟାରେ ଆସି ବିକାଶ ପାଇଁ ପ୍ରସ୍ତାବ ଦେଇଥିଲେ। ସତୀଘାଟ, ମାଲଗାଁରେ ଜଳସେଚନ ପାଇଁ ଅନେକ କୋଟି ଟଙ୍କା ମଞ୍ଜୁର ହୋଇଛି। ଝରିଗାଁ ପାଇଁ ଡିଗ୍ରୀ କଲେଜ ମଞ୍ଜୁର ହୋଇଛି। ଚନ୍ଦାହାଣ୍ଡି ଝରିଗଁାକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଉଛି।
ଡାବୁଗାଁ ନିର୍ବାଚମଣ୍ଡଳୀ ଉନ୍ନତି ଲାଗି ୭୦ କୋଟି ଖର୍ଚ୍ଚ କରାଯାଇଥିବା ସେ କହିଥିଲେ। ନବରଙ୍ଗପୁର ବିଧାନସଭା ନିର୍ବାଚନମଣ୍ଡଳୀ ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡ଼ା ଷ୍ଟାଡିୟମରେ ଯୋଗଦେଇ ପାଣ୍ଡିଆନ୍‌ କହିଛନ୍ତି, ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି। ବିଜେଡି ମହିଳାଙ୍କୁ ପ୍ରାଥମିକତା ଦେଉଥିବାରୁ ନବରଙ୍ଗପୁର ବିଧାନସଭା ଆସନ କୌଶଲ୍ୟା ପ୍ରଧନୀଙ୍କୁ ଦିଆଯାଇଛି ବୋଲି କହିଥିଲେ। ଯୁକ୍ତ ୩ ମହାବିଦ୍ୟାଳୟ ତେନ୍ତୁଳିଖୁଣ୍ଟି ଓ କୋଷଗୁମୁଡ଼ାରେ ଖୋଲିବ ବୋଲି ସେ କହିଥିଲେ। ପାଣ୍ଡିଆନ୍‌ଙ୍କ ସହ ସମସ୍ତ ପ୍ରଚାର କାର୍ଯ୍ୟକ୍ରମରେ ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri