କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, SEBC ସମ୍ପ୍ରଦାୟଙ୍କୁ OBC…

ଭୁବନେଶ୍ୱର,୨୩ା୧୧: ଓଡ଼ିଶାର ୧୪ ଗୋଟି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଅନ୍ୟାନ୍ୟ ପଛୁଆ ବର୍ଗ (OBC) ତାଲିକାରେ ସାମିଲ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଏମପି ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରୀୟ ପଛୁଆ ବର୍ଗ ଆୟୋଗ (NCBC)ର ଅଧ୍ୟକ୍ଷ ହଂସରାଜ ଗଙ୍ଗାରାମ ଅହୀରଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ଓଡ଼ିଶା ସରକାରଙ୍କ ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗ (SEBC) ତାଲିକାରେ ଥିବା ଖଣ୍ଡାୟତ, ପାଇକ, ଚଷା ପାଇକ, ଆଳିଆ, ପାଇକାଳି, କଳିଙ୍ଗୀ ଶୂଦ୍ର ଖଣ୍ଡାୟତ, ମହାନାୟକ ଶୂଦ୍ର, ଓଡ଼-ଖଣ୍ଡାୟତ, ବୟାଳିଶା, ଓଡ଼, ଓଡ଼ ପାଇକ, ଓଡ଼ ପାଇକୋ, ହଳଦିଆ ତେଲି ଏବଂ ରାଜଶ୍ରୀବଳାସୀ/ବଳାସୀ ଭଳି ୧୪ଟି ଜାତିକୁ କେନ୍ଦ୍ରୀୟ ତାଲିକାରେ ସାମିଲ କରିବା ପାଇଁ ଶ୍ରୀ ପ୍ରଧାନ ଦାବି କରିଛନ୍ତି।

ପ୍ରଧାନଙ୍କ ଅନୁଯାୟୀ, ରାଜ୍ୟ SEBC ତାଲିକାରେ ଥିବା ଅନେକ ଜାତି କେନ୍ଦ୍ରୀୟ OBC ତାଲିକାରେ ନଥିବାରୁ ଏହି ସମ୍ପ୍ରଦାୟର ଲୋକମାନେ କେନ୍ଦ୍ର ସରକାରଙ୍କ ଚାକିରି, ଶିକ୍ଷା ଓ ବୈଷୟିକ ଶିକ୍ଷାନୁଷ୍ଠାନରେ ନାମଲେଖା ତଥା ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନାରେ ସଂରକ୍ଷଣର ଲାଭ ପାଇବାରୁ ବଞ୍ଚିତ ହେଉଛନ୍ତି।

ସେ କହିଛନ୍ତି ଯେ ଏହି ବର୍ଗକୁ କେନ୍ଦ୍ରୀୟ OBC ତାଲିକାରେ ସାମିଲ କରାଗଲେ ସେମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ଘଟିବ ଏବଂ ଏହା ସାମାଜିକ ନ୍ୟାୟ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ।

ଓଡ଼ିଶାରେ SEBC ବର୍ଗ ପାଇଁ ରାଜ୍ୟ ସରକାରୀ ଚାକିରି ଏବଂ ଉଚ୍ଚଶିକ୍ଷାରେ ୧୧.୨୫ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା ରହିଛି। ଅପରପକ୍ଷରେ, କେନ୍ଦ୍ର ସରକାରଙ୍କ ଚାକିରି ଏବଂ ଶିକ୍ଷାନୁଷ୍ଠାନରେ OBC ବର୍ଗ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri