Posted inରାଜ୍ୟ

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ସୋମବାର ଏନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଏକ ପତ୍ର ଲେଖି କମିଶନ ଅକାମୀ ହୋଇ ପଡ଼ିଥିବା ନେଇ ଚିନ୍ତା ପ୍ରକଟ କରିଛନ୍ତି।

ଗତ ୩ ଜାନୁଆରୀ ୨୦୨୪ରେ କମିଶନଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଏପର୍ଯ୍ୟନ୍ତ ନୂତନ ସଦସ୍ୟ ନିଯୁକ୍ତି ହୋଇନାହିଁ। ଫଳରେ କୌଣସି ସାମ୍ବିଧାନିକ ମାଧ୍ୟମ ନଥିବାରୁ ପଛୁଆ ବର୍ଗଙ୍କ ସମସ୍ୟାର ସମାଧାନ ହୋଇପାରୁ ନାହିଁ।

ଓଡ଼ିଶାରେ ସମୁଦାୟ ୨୧୬ଟି ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗ (SEBC) ସମ୍ପ୍ରଦାୟ ରହିଛନ୍ତି। କମିଶନ ଅଚଳ ଥିବାରୁ ଏହି ସମ୍ପ୍ରଦାୟର ଲୋକେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାରେ ସମାନ ସୁଯୋଗ ପାଇବାରୁ ବଞ୍ଚିତ ହେଉଛନ୍ତି।

କମିଶନ ପଛୁଆ ବର୍ଗଙ୍କ ତାଲିକାରେ ନୂତନ ଜାତିର ଅନ୍ତର୍ଭୁକ୍ତିକରଣ, ଅଭିଯୋଗ ଶୁଣାଣି ଏବଂ ସରକାରଙ୍କୁ ନୀତିଗତ ପରାମର୍ଶ ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ତେଣୁ ଏହାର ଶୀଘ୍ର ପୁନର୍ଗଠନ ସାମାଜିକ ନ୍ୟାୟ ପ୍ରଦାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ପ୍ରଧାନ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ଯେ, ସମୟାନୁବର୍ତ୍ତୀ ପଦକ୍ଷେପ ଦ୍ୱାରା ରାଜ୍ୟର ପଛୁଆ ବର୍ଗଙ୍କ ଅଧିକାର ଓ ସ୍ୱାର୍ଥର ସୁରକ୍ଷା ସୁନିଶ୍ଚିତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri