Posted inଜାତୀୟ

କେନ୍ଦ୍ରର ରାଜ୍ୟ ଆଇଟି ମନ୍ତ୍ରୀଙ୍କ ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ୍‌

ନୂଆଦିଲ୍ଲୀ,୧୨।୭: କିଛି ଦିନ ହେଲେ ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର କୌଣସି ନା କୌଣସି କାରଣରୁ ବିବାଦରେ ରହିଆସୁଛି। ଏବେ ପୁଣି ଟୁଇଟର ଚର୍ଚ୍ଚାର ପରିସରକୁ ଆସିଛି। ଇତିମଧ୍ୟରେ କେନ୍ଦ୍ର ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ତଥା ଦକ୍ଷତା ବିକାଶ ରାଜ୍ୟ ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ଟୁଇଟର ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଯାଇଥିବା ଜଣାପଡ଼ିଛି। ଅବଶ୍ୟ ପରେ ଏହାକୁ ପୁନରୁଦ୍ଧାର କରାଯାଇଥିଲା। ତେବେ ମାଇକ୍ରୋ ବ୍ଲଗିଂ ସାଇଟ୍‌ରେ ସେମାନଙ୍କ ଆକାଉଣ୍ଟର ନାମ ପରିବର୍ତ୍ତନ କରିବା କାରଣରୁ ଏହି ବ୍ଲୁ ଟିକ୍‌ ହଟିଯାଇଥାଇପାରେ ବୋଲି ଟୁଇଟର ସୂଚନା ଦେଇଛି। ତେବେ ଟୁଇଟରରେ କୌଣସି ନେତାଙ୍କ ବ୍ଲୁ ଟିକ୍‌ ହଟାଇବା ଏହା ପ୍ରଥମ ଘଟଣା ନୁହେଁ। ପୂର୍ବରୁ ମଧ୍ୟ ଦେଶର ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଯାଇଥିଲା। ପରେ ପୁଣି ଥରେ ତାଙ୍କ ଆକାଉଣ୍ଟକୁ ବ୍ଲୁ ଟିକ୍‌ ଫେରିଥିଲା। ସେହିପରି କିଛି ଦିନ ପୂର୍ବରୁ ଆରଏସ୍‌ଏସ୍‌ ମୋହନ ଭାଗବତଙ୍କ ସମେତ ସଂଘର ଅନ୍ୟ ନେତାଙ୍କ ଟୁଇଟର ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଯାଇଥିଲା। ପରେ ପୁଣି ଏହାର ପୁନରୁଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri