କରୋନାରେ କେନ୍ଦ୍ରମନ୍ତ୍ରୀଙ୍କ ଭାଇଙ୍କର ପରଲୋକ

ଲକ୍ଷ୍ନୌ,୧୮।୫: ଉତ୍ତରପ୍ରଦେଶ ମୁଜଫରପୁରନଗରର ଭାଜପା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ସଞ୍ଜୀବ ବଲିଆନଙ୍କ ଭାଇ ଜିତେନ୍ଦ୍ର ବଲିଆନଙ୍କ କରୋନାରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଜିତେନ୍ଦ୍ର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କୁ ଋଷିକେଶ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ସବୁ ମହଲରେ ଶୋକର ଛାୟା ଖେଳିଯାଇଥିବା ବେଳେ ୟୁପିର ଭାଜପା ମୁଖପାତ୍ର ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ଏଥିସହ ସେ ଲେଖିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ଖବର। ସୂଚନାଯୋଗ୍ୟ, ନିକଟରେ ପଞ୍ଚାୟତ ନିର୍ବାଚନରେ ଜିତେନ୍ଦ୍ର କୁଟବି ଗ୍ରାମର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ପଞ୍ଚାୟତ ନିର୍ବାଚନ ପରେ କେନ୍ଦ୍ରମନ୍ତ୍ରୀ ସଞ୍ଜୀବ ବଲିଆନଙ୍କ ପୁରା ପରିବାର କରୋନାରେ ଆକ୍ରାନ୍ତ ହୋଇଥିଲା। ଏବେ ବି ତାଙ୍କର ଆଉ ଜଣେ ଭାଇଙ୍କର ଏମ୍ସରେ ଚିକିତ୍ସା ଚାଲିଥିବା ଜଣାପଡ଼ିଛି।

Share