ଭୁବନେଶ୍ୱର,୪।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପ୍ରଚାର ଶନିବାର ଶେଷ ହୋଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ଶେଷ ଦିନରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ବିଜେଡି ପାଲଟା ଜବାବ ଦେଇଛି। ଧର୍ମେନ୍ଦ୍ର କହିଛନ୍ତି ଯେ ଭୋଟ୍ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ଅସତ୍ୟ କଥା କହୁଛନ୍ତି। ପଦ୍ମପୁରକୁ ଜିଲା କରିବାର ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଯେଉଁମାନେ ଦୀର୍ଘ ୨୨ ବର୍ଷରେ ପଦ୍ମପୁରକୁ ଜିଲା କରିପାରିଲେ ନାହିଁ, ସେମାନେ ୨୦୨୩ରେ ଜିଲା ଗଠନ କରିବା କଥା କହି ପଦ୍ମପୁରବାସୀଙ୍କୁ ଠକୁଛନ୍ତି।
ଶନିବାର ପଦ୍ମପୁର ନିର୍ବାଚନମଣ୍ଡଳୀର ଝାରବନ୍ଧ ବ୍ଲକର ଜଗଦଲପୁର ଓ ପଦ୍ମପୁରଠାରେ ଅନୁଷ୍ଠିତ ଜନସଭା ଓ ରୋଡ ଶୋ’ରେ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଦୀର୍ଘ ୨୨ ବର୍ଷ ହେବ ରାଜ୍ୟର ଶାସନ ଦାୟିତ୍ୱରେ ରହିବା ପରେ ମଧ୍ୟ ଗତକାଲି ପଦ୍ମପୁରରେ ମିଛ ପ୍ରତିଶ୍ରୁତି ଦେଇଛନ୍ତି। ୨୦୧୯ରେ ମୁଖ୍ୟମନ୍ତ୍ରୀ ଖୁବ୍ଶୀଘ୍ର ପଦ୍ମପୁରକୁ ଜିଲା କରିବା ନେଇ ପ୍ରତିଶ୍ରୁତି ଦେଇଥିଲେ। ଗତ ୧ ତାରିଖରେ ରାଜ୍ୟ ସରକାରଙ୍କ ରାଜସ୍ବ ମନ୍ତ୍ରୀ ବର୍ତ୍ତମାନ ରାଜ୍ୟରେ ନୂତନ ଜିଲା ଗଠନ କରିବାର ଯୋଜନା ନାହିଁ ବୋଲି ବିଧାନସଭାରେ କହିଛନ୍ତି। ତେଣୁ ପଦ୍ମପୁରର ନିରୀହ ଲୋକଙ୍କ ଆଗରେ ମୁଖ୍ୟମନ୍ତ୍ରୀ ଅସତ୍ୟ କହିଲେ। ଭୋଟ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ମିଛ କହିବାକୁ ପଛାଉନାହାନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଧର୍ମେନ୍ଦ୍ରଙ୍କ ମନ୍ତବ୍ୟର ପାଲଟା ଜବାବ ବିଜେଡି ଦେଇଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଓଡ଼ିଶାର ସବୁଠାରୁ ଲୋକପ୍ରିୟ ନେତା। ଓଡ଼ିଶାର ଜନସାଧାରଣ ତାଙ୍କ ବିରୋଧରେ କୌଣସି ଅସମ୍ମାନସୂଚକ ଆକ୍ରମଣକୁ ପସନ୍ଦ କରିବେ ନାହିଁ କି ବରଦାସ୍ତ କରିବେ ନାହିଁ। ୨୦୧୮ରେ ବିଜେପୁର ଉପନିର୍ବାଚନରେ ଯେତେବେଳେ ଜଣେ ଭାଜପା କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିଥିଲା, ବିଜେପୁରବାସୀ ଏହାକୁ ପସନ୍ଦ କରି ନ ଥିଲେ। ଉପନିର୍ବାଚନରେ ବିଜେଡି ବିପୁଳ ବ୍ୟବଧାନରେ ବିଜୟୀ ହୋଇଥିଲା। ମାତ୍ର ଏଥିରୁ ଶିକ୍ଷାଲାଭ ନ କରି ପଦ୍ମପୁରରେ ନିର୍ବାଚନ ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପଶବ୍ଦ ପ୍ରୟୋଗ କରିଛନ୍ତି। ପଦ୍ମପୁରବାସୀ ଏହାକୁ ବରଦାସ୍ତ କରିବେନି ବୋଲି ସେ କହିଛନ୍ତି।
ପଦ୍ମପୁରଠାରେ କେନ୍ଦ୍ରମନ୍ତ୍ରୀ ଦେଇଥିବା ବିଭ୍ରାନ୍ତିକର ବୟାନର ଜବାବ ଦେଇ ପାତ୍ର କହିଛନ୍ତି ଯେ ଶୁକ୍ରବାର ପଦ୍ମପୁରରେ ମୁଖ୍ୟମନ୍ତ୍ରୀଙ୍କ ବିଶାଳ ରାଲିରେ ଲୋକଙ୍କ ଉତ୍ସାହ ଓ ଜୋସ୍ ଦେଖି କେନ୍ଦ୍ରମନ୍ତ୍ରୀ ବିଚଳିତ ଓ ଭୟଭୀତ ହୋଇ ପଡ଼ିଥିବା ଜଣାପଡ଼ୁଛି।
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

