ମୁଖ୍ୟମନ୍ତ୍ରୀଙ୍କ ରାଲିରେ ଲୋକଙ୍କ ଜୋସ୍‌ ଦେଖି କେନ୍ଦ୍ରମନ୍ତ୍ରୀ ବିଚଳିତ: ବିଜେଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପ୍ରଚାର ଶନିବାର ଶେଷ ହୋଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ଶେଷ ଦିନରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ବିଜେଡି ପାଲଟା ଜବାବ ଦେଇଛି। ଧର୍ମେନ୍ଦ୍ର କହିଛନ୍ତି ଯେ ଭୋଟ୍‌ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ଅସତ୍ୟ କଥା କହୁଛନ୍ତି। ପଦ୍ମପୁରକୁ ଜିଲା କରିବାର ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଯେଉଁମାନେ ଦୀର୍ଘ ୨୨ ବର୍ଷରେ ପଦ୍ମପୁରକୁ ଜିଲା କରିପାରିଲେ ନାହିଁ, ସେମାନେ ୨୦୨୩ରେ ଜିଲା ଗଠନ କରିବା କଥା କହି ପଦ୍ମପୁରବାସୀଙ୍କୁ ଠକୁଛନ୍ତି।
ଶନିବାର ପଦ୍ମପୁର ନିର୍ବାଚନମଣ୍ଡଳୀର ଝାରବନ୍ଧ ବ୍ଲକର ଜଗଦଲପୁର ଓ ପଦ୍ମପୁରଠାରେ ଅନୁଷ୍ଠିତ ଜନସଭା ଓ ରୋଡ ଶୋ’ରେ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଦୀର୍ଘ ୨୨ ବର୍ଷ ହେବ ରାଜ୍ୟର ଶାସନ ଦାୟିତ୍ୱରେ ରହିବା ପରେ ମଧ୍ୟ ଗତକାଲି ପଦ୍ମପୁରରେ ମିଛ ପ୍ରତିଶ୍ରୁତି ଦେଇଛନ୍ତି। ୨୦୧୯ରେ ମୁଖ୍ୟମନ୍ତ୍ରୀ ଖୁବ୍‌ଶୀଘ୍ର ପଦ୍ମପୁରକୁ ଜିଲା କରିବା ନେଇ ପ୍ରତିଶ୍ରୁତି ଦେଇଥିଲେ। ଗତ ୧ ତାରିଖରେ ରାଜ୍ୟ ସରକାରଙ୍କ ରାଜସ୍ବ ମନ୍ତ୍ରୀ ବର୍ତ୍ତମାନ ରାଜ୍ୟରେ ନୂତନ ଜିଲା ଗଠନ କରିବାର ଯୋଜନା ନାହିଁ ବୋଲି ବିଧାନସଭାରେ କହିଛନ୍ତି। ତେଣୁ ପଦ୍ମପୁରର ନିରୀହ ଲୋକଙ୍କ ଆଗରେ ମୁଖ୍ୟମନ୍ତ୍ରୀ ଅସତ୍ୟ କହିଲେ। ଭୋଟ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ମିଛ କହିବାକୁ ପଛାଉନାହାନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଧର୍ମେନ୍ଦ୍ରଙ୍କ ମନ୍ତବ୍ୟର ପାଲଟା ଜବାବ ବିଜେଡି ଦେଇଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଓଡ଼ିଶାର ସବୁଠାରୁ ଲୋକପ୍ରିୟ ନେତା। ଓଡ଼ିଶାର ଜନସାଧାରଣ ତାଙ୍କ ବିରୋଧରେ କୌଣସି ଅସମ୍ମାନସୂଚକ ଆକ୍ରମଣକୁ ପସନ୍ଦ କରିବେ ନାହିଁ କି ବରଦାସ୍ତ କରିବେ ନାହିଁ। ୨୦୧୮ରେ ବିଜେପୁର ଉପନିର୍ବାଚନରେ ଯେତେବେଳେ ଜଣେ ଭାଜପା କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିଥିଲା, ବିଜେପୁରବାସୀ ଏହାକୁ ପସନ୍ଦ କରି ନ ଥିଲେ। ଉପନିର୍ବାଚନରେ ବିଜେଡି ବିପୁଳ ବ୍ୟବଧାନରେ ବିଜୟୀ ହୋଇଥିଲା। ମାତ୍ର ଏଥିରୁ ଶିକ୍ଷାଲାଭ ନ କରି ପଦ୍ମପୁରରେ ନିର୍ବାଚନ ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପଶବ୍ଦ ପ୍ରୟୋଗ କରିଛନ୍ତି। ପଦ୍ମପୁରବାସୀ ଏହାକୁ ବରଦାସ୍ତ କରିବେନି ବୋଲି ସେ କହିଛନ୍ତି।
ପଦ୍ମପୁରଠାରେ କେନ୍ଦ୍ରମନ୍ତ୍ରୀ ଦେଇଥିବା ବିଭ୍ରାନ୍ତିକର ବୟାନର ଜବାବ ଦେଇ ପାତ୍ର କହିଛନ୍ତି ଯେ ଶୁକ୍ରବାର ପଦ୍ମପୁରରେ ମୁଖ୍ୟମନ୍ତ୍ରୀଙ୍କ ବିଶାଳ ରାଲିରେ ଲୋକଙ୍କ ଉତ୍ସାହ ଓ ଜୋସ୍‌ ଦେଖି କେନ୍ଦ୍ରମନ୍ତ୍ରୀ ବିଚଳିତ ଓ ଭୟଭୀତ ହୋଇ ପଡ଼ିଥିବା ଜଣାପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?