ମୁଖ୍ୟମନ୍ତ୍ରୀଙ୍କ ରାଲିରେ ଲୋକଙ୍କ ଜୋସ୍‌ ଦେଖି କେନ୍ଦ୍ରମନ୍ତ୍ରୀ ବିଚଳିତ: ବିଜେଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପ୍ରଚାର ଶନିବାର ଶେଷ ହୋଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ଶେଷ ଦିନରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ବିଜେଡି ପାଲଟା ଜବାବ ଦେଇଛି। ଧର୍ମେନ୍ଦ୍ର କହିଛନ୍ତି ଯେ ଭୋଟ୍‌ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ଅସତ୍ୟ କଥା କହୁଛନ୍ତି। ପଦ୍ମପୁରକୁ ଜିଲା କରିବାର ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଯେଉଁମାନେ ଦୀର୍ଘ ୨୨ ବର୍ଷରେ ପଦ୍ମପୁରକୁ ଜିଲା କରିପାରିଲେ ନାହିଁ, ସେମାନେ ୨୦୨୩ରେ ଜିଲା ଗଠନ କରିବା କଥା କହି ପଦ୍ମପୁରବାସୀଙ୍କୁ ଠକୁଛନ୍ତି।
ଶନିବାର ପଦ୍ମପୁର ନିର୍ବାଚନମଣ୍ଡଳୀର ଝାରବନ୍ଧ ବ୍ଲକର ଜଗଦଲପୁର ଓ ପଦ୍ମପୁରଠାରେ ଅନୁଷ୍ଠିତ ଜନସଭା ଓ ରୋଡ ଶୋ’ରେ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଦୀର୍ଘ ୨୨ ବର୍ଷ ହେବ ରାଜ୍ୟର ଶାସନ ଦାୟିତ୍ୱରେ ରହିବା ପରେ ମଧ୍ୟ ଗତକାଲି ପଦ୍ମପୁରରେ ମିଛ ପ୍ରତିଶ୍ରୁତି ଦେଇଛନ୍ତି। ୨୦୧୯ରେ ମୁଖ୍ୟମନ୍ତ୍ରୀ ଖୁବ୍‌ଶୀଘ୍ର ପଦ୍ମପୁରକୁ ଜିଲା କରିବା ନେଇ ପ୍ରତିଶ୍ରୁତି ଦେଇଥିଲେ। ଗତ ୧ ତାରିଖରେ ରାଜ୍ୟ ସରକାରଙ୍କ ରାଜସ୍ବ ମନ୍ତ୍ରୀ ବର୍ତ୍ତମାନ ରାଜ୍ୟରେ ନୂତନ ଜିଲା ଗଠନ କରିବାର ଯୋଜନା ନାହିଁ ବୋଲି ବିଧାନସଭାରେ କହିଛନ୍ତି। ତେଣୁ ପଦ୍ମପୁରର ନିରୀହ ଲୋକଙ୍କ ଆଗରେ ମୁଖ୍ୟମନ୍ତ୍ରୀ ଅସତ୍ୟ କହିଲେ। ଭୋଟ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ମିଛ କହିବାକୁ ପଛାଉନାହାନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଧର୍ମେନ୍ଦ୍ରଙ୍କ ମନ୍ତବ୍ୟର ପାଲଟା ଜବାବ ବିଜେଡି ଦେଇଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଓଡ଼ିଶାର ସବୁଠାରୁ ଲୋକପ୍ରିୟ ନେତା। ଓଡ଼ିଶାର ଜନସାଧାରଣ ତାଙ୍କ ବିରୋଧରେ କୌଣସି ଅସମ୍ମାନସୂଚକ ଆକ୍ରମଣକୁ ପସନ୍ଦ କରିବେ ନାହିଁ କି ବରଦାସ୍ତ କରିବେ ନାହିଁ। ୨୦୧୮ରେ ବିଜେପୁର ଉପନିର୍ବାଚନରେ ଯେତେବେଳେ ଜଣେ ଭାଜପା କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିଥିଲା, ବିଜେପୁରବାସୀ ଏହାକୁ ପସନ୍ଦ କରି ନ ଥିଲେ। ଉପନିର୍ବାଚନରେ ବିଜେଡି ବିପୁଳ ବ୍ୟବଧାନରେ ବିଜୟୀ ହୋଇଥିଲା। ମାତ୍ର ଏଥିରୁ ଶିକ୍ଷାଲାଭ ନ କରି ପଦ୍ମପୁରରେ ନିର୍ବାଚନ ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପଶବ୍ଦ ପ୍ରୟୋଗ କରିଛନ୍ତି। ପଦ୍ମପୁରବାସୀ ଏହାକୁ ବରଦାସ୍ତ କରିବେନି ବୋଲି ସେ କହିଛନ୍ତି।
ପଦ୍ମପୁରଠାରେ କେନ୍ଦ୍ରମନ୍ତ୍ରୀ ଦେଇଥିବା ବିଭ୍ରାନ୍ତିକର ବୟାନର ଜବାବ ଦେଇ ପାତ୍ର କହିଛନ୍ତି ଯେ ଶୁକ୍ରବାର ପଦ୍ମପୁରରେ ମୁଖ୍ୟମନ୍ତ୍ରୀଙ୍କ ବିଶାଳ ରାଲିରେ ଲୋକଙ୍କ ଉତ୍ସାହ ଓ ଜୋସ୍‌ ଦେଖି କେନ୍ଦ୍ରମନ୍ତ୍ରୀ ବିଚଳିତ ଓ ଭୟଭୀତ ହୋଇ ପଡ଼ିଥିବା ଜଣାପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri