Posted inଜାତୀୟ

୨୦୨୩ର ସରକାରୀ କ୍ୟାଲେଣ୍ଡର ଉନ୍ମୋଚିତ

ନୂଆଦିଲ୍ଲୀ,୨୮ା୧୨:କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଭାରତ ସରକାରଙ୍କ ଅଫିସିଆଲ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଅନୁରାଗ କହିଛନ୍ତି, ସରକାରୀ କ୍ୟାଲେଣ୍ଡର ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସବ୍‌କା ସାଥ୍‌ ସବ୍‌କା ବିକାଶ, ସବ୍‌କା ବିଶ୍ୱାସ’ର ଏକ ପ୍ରତିଫଳନ। ବିକାଶଶୀଳ ଭାରତକୁ ଦର୍ଶାଉଥିବା ୧୨ଟି ଛବିର ଏହା ଏକ ଆକର୍ଷଣୀୟ ସଙ୍କଳନ। ୧୨ ମାସ ପାଇଁ ଏହି ୧୨ ଥିମ୍‌ ବା ବିଷୟବସ୍ତୁ କେନ୍ଦ୍ର ସରକାରଙ୍କ ଜନମଙ୍ଗଳକାରୀ ଉଦ୍ୟମଗୁଡ଼ିକୁ ପ୍ରତିପାଦନ କରୁଛି। ନୂଆବର୍ଷର ଥିମ୍‌ ‘ନୟା ବର୍ଷ, ନୟା ସଂକଳ୍ପ’ ସରକାରଙ୍କ ସଫଳତା ଓ ଭବିଷ୍ୟତ ପ୍ରତଶ୍ରୁତିବଦ୍ଧତାକୁ ସୂଚାଉଛି। ଏହି କ୍ୟାଲେଣ୍ଡରର ୧୧ ଲକ୍ଷ କପି ଛପାଯିବ। ସେଥିରୁ ୨.୫ କପି ଆଞ୍ଚଳିକ ଭାଷାରେ ଆସିବ। ୧୩ଟି ଭାଷାରେ ମୁଦ୍ରିତ ଏହି କ୍ୟାଲେଣ୍ଡରଗୁଡ଼ିକୁ ଦେଶର ସମସ୍ତ ସରକାରୀ ଅଫିସ ଓ ପଞ୍ଚାୟତରେ ବିତରଣ କରାଯିବ ବୋଲି ଅନୁରାଗ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri