Posted inଜାତୀୟ

ରାହୁଲ ଗାନ୍ଧୀ ବିଦେଶରେ, ଦେଶରେ, ସଂସଦରେ ମିଛ କହିଛନ୍ତି, ଇଏ ହେଉଛନ୍ତି ସେହି ବ୍ୟକ୍ତି ଯିଏ…

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନିତ କରିବା ସହ ରାହୁଲ ଗାନ୍ଧୀ ଓବିସି ସମ୍ପ୍ରଦାୟକୁ ମଧ୍ୟ ଅପମାନ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ବଦା କହିଛନ୍ତି ଯେ ତୁମେ ଯେତେ ଚାହିଁବ ମୋତେ ଅପମାନିତ କରିପାରିବ, କିନ୍ତୁ ଦେଶକୁ ଅପମାନ କରନାହିଁ।

ସ୍ମୃତି ଇରାନୀ କହିଛନ୍ତି, ନରେନ୍ଦ୍ର ମୋଦିଙ୍କ ପ୍ରତିଛବିକୁ ଆକ୍ରମଣ କରିବା ପାଇଁ ରାହୁଲ ଗାନ୍ଧୀ ବିଦେଶରେ ମିଛ କହିଥିଲେ, ଦେଶରେ ମିଛ କହିଥିଲେ, ସଂସଦରେ ମିଛ କହିଥିଲେ। ଇଏ ହେଉଛନ୍ତି ସେହି ବ୍ୟକ୍ତି ଯିଏ ସୁପ୍ରିମକୋର୍ଟଙ୍କ ଆଗରେ ନାକ ରଗଡି କ୍ଷମା ମାଗନ୍ତି,ହେଲେ ଆଜି ଭୟଭୀତ ନ ହେବାର ଅଭିନୟ କରୁଛନ୍ତି।

ଏଥିସହ ସ୍ମୃତି ଇରାନୀ ମଧ୍ୟ ରାହୁଲ ଗାନ୍ଧୀଙ୍କ ଏକ ପତ୍ରିକାକୁ ଦେଇଥିବା ସାକ୍ଷାତକାର ବିଷୟରେ ଉଲ୍ଲେଖ କରିଛନ୍ତି। ଇରାନୀ କହିଛନ୍ତି, ରାହୁଲ ସାକ୍ଷାତକାରରେ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଶକ୍ତି ହେଉଛି ତାଙ୍କର ପ୍ରତିଛବି ଏବଂ ରାହୁଲ ଗାନ୍ଧୀ ୪ ମେ’ ୨୦୧୯ରେ ଏକ ମାଗାଜିନ ସାକ୍ଷାତକାରରେ ଶପଥ ନେଇଥିଲେ ଯେ, ପ୍ରତିଛବି ନଷ୍ଟ ନ ହେବା ପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିଛବି ଉପରେ ଆକ୍ରମଣ ଜାରି ରଖିବି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri