Posted inଜାତୀୟ

ଇନ୍ଦିରା ଗାନ୍ଧୀଙ୍କୁ ‘ମଦର ଅଫ୍‌ ଇଣ୍ଡିଆ’ କହିଲେ ମୋଦି ସରକାରଙ୍କ ଏହି ମନ୍ତ୍ରୀ, କଂଗ୍ରେସର ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୫।୬: ମୋଦି ସରକାରଙ୍କ ଜଣେ ମନ୍ତ୍ରୀ କଂଗ୍ରେସ ଏବଂ ଇନ୍ଦିରା ଗାନ୍ଧୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ ହେଲେ କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରାଙ୍କୁ ସେ ‘ମଦର ଅଫ୍‌ ଇଣ୍ଡିଆ’ କହିଥିବା ବେଳେ କଂଗ୍ରେସର ଦିବଂଗତ ନେତା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ କେ.କରୁଣାକରନ୍‌ଙ୍କୁ ସାହସୀ ପ୍ରଶାସକ ବୋଲି କହିଛନ୍ତି। ଏପରିକି କରୁଣାକରନ୍‌ ଏବଂ ମାର୍କବାଦୀ ନେତା ଇ.କେ. ନୟନାରଙ୍କୁ ନିଜର ରାଜନୈତିକ ଗୁରୁ ବୋଲି ସେ କହିଛନ୍ତି।

ପୁନକୁନ୍ନମସ୍ଥିତ କରୁଣାକରନ୍‌ ସ୍ମାରକ ‘ମୁରଲୀ ମନ୍ଦିର’ ଯିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଗୋପି କହିଛନ୍ତି, ତାଙ୍କ ଗସ୍ତର କୌଣସି ରାଜନୈତିକ ଉଦ୍ଦେଶ୍ୟ ନାହିଁ। କେବଳ ସେ ନିଜର ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଆସିଛନ୍ତି। ସେ ଇନ୍ଦିରାଙ୍କୁ ‘ମଦର ଅଫ୍‌ ଇଣ୍ଡିଆ’ ବୋଲି ଭାବନ୍ତି, ହେଲେ କରୁଣାକରନ୍‌ ତାଙ୍କ ପାଇଁ ‘ରାଜ୍ୟରେ କଂଗ୍ରେସର ଦଳର ବାପା’ ଥିଲେ। କରୁଣାକରନ୍‌ଙ୍କୁ କେରଳ କଂଗ୍ରେସର ବାପା ବୋଲି କହିବା ଦକ୍ଷିଣ ରାଜ୍ୟର ସବୁଠାରୁ ପୁରୁଣା ଦଳର ସଂସ୍ଥାପକ ଙ୍କ ପ୍ରତି ଅନାଦର ନୁହେଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

କହିରଖୁଛୁ, ଗୋପି ତ୍ରିଶୁର ଲୋକ ସଭା ଆସନ ଜିତି କେରଳରେ ଭାଜପାର ଖାତା ଖୋଲିଛନ୍ତି। ଏହି ଆସନରେ ମୁକାବିଲା ତ୍ରିକୋଣୀୟ ଥିଲା, ଯେଉଁଥିରେ କଂଗ୍ରେସ, ଭାଜପା ଏବଂ ଭାରତୀୟ କମ୍ୟୁନିଷ୍ଟ ପାର୍ଟୀର ପ୍ରାର୍ଥୀଙ୍କୁ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା। ଏହି ନିର୍ବାଚନରେ ସେ ମଧ୍ୟ କରୁଣାକରନ୍‌ଙ୍କ ପୁଅଙ୍କୁ ହରାଇ ବିଜେତା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri