ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଟୁଡୁ

ଭୁବନେଶ୍ୱର,୬।୯(ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ନୂତନ ଭାବେ ସ୍ଥାନ ପାଇଥିବା ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁ ଅସୁସ୍ଥତା ଯୋଗୁ ଓଡ଼ିଶା ଗସ୍ତରେ ଆସି ପାରି ନ ଥିଲେ। ଆରୋଗ୍ୟ ଲାଭ କରି ଟୁଡୁ ସୋମବାରଠାରୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ଲିଙ୍ଗରାଜଙ୍କୁ ଦର୍ଶନ କରି ପୁରୀ ଗସ୍ତ କରିବେ। ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବେ। ଏହାପରେ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେବେ। ଟୁଡୁ ୭ ତାରିଖ ଭୁବନେଶ୍ୱରରୁ ବାହାରି ବାଲେଶ୍ୱର ଦେଇ ବାରିପଦା ଗସ୍ତ କରି ରାତ୍ରିଯାପନ କରିବେ। ଆସନ୍ତା ୮, ୯, ୧୦ ଓ ୧୧ ତାରିଖ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଲୋକଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରିବେ। ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସୁଥିବା କେନ୍ଦ୍ରମନ୍ତ୍ରୀଙ୍କ ସ୍ବାଗତ ପାଇଁ ବିମାନବନ୍ଦରରୁ ଆରମ୍ଭ କରି ଭୁବନେଶ୍ୱର, ପୁରୀ, କଟକ, ବାରିପଦା, ରାଇରଙ୍ଗପୁର ସାଙ୍ଗଠନିକ ଜିଲାର ବିଭିନ୍ନ ସ୍ଥାନରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri