କେନ୍ଦ୍ରମନ୍ତ୍ରୀଙ୍କ ମନ୍ତବ୍ୟ ସଂଘୀୟ ବ୍ୟବସ୍ଥା ପ୍ରତି କୁଠାରାଘାତ: ପ୍ରସନ୍ନ

ବରଗଡ଼ ଅଫିସ୍‌/ପଦ୍ମପୁର, ୨୮।୧୧(ଡି.ଏନ.ଏ): ଚାଷୀଙ୍କୁ ବୀମା କ୍ଷତିପୂରଣ ଏବଂ ବରଗଡ଼ରୁ ଭାୟା ପଦ୍ମପୁର ଦେଇ ନୂଆପଡ଼ାକୁ ରେଳପଥ ନିର୍ମାଣ ଏବେ ପଦ୍ମପୁର ଉପନିର୍ବାଚନରେ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ରବିବାର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଭାଜପା ପ୍ରାର୍ଥୀଙ୍କ ପ୍ରଚାର ପାଇଁ ପଦ୍ମପୁର ଆସିଥିବାବେଳେ ଏହି ଦୁଇ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। ରାଜ୍ୟ ସରକାର ଜାଗା ଦେଉ ନ ଥିବାରୁ ରେଳପଥ ନିର୍ମାଣ ହୋଇପାରୁନାହିଁ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ କହିଥିବାବେଳେ ରାଜ୍ୟ ସରକାରଙ୍କ ଅବହେଳା ଯୋଗୁ ଚାଷୀମାନେ ବୀମା କ୍ଷତିପୂରଣ ପାଇ ନ ଥିଲେ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ କହିଥିଲେ।
ଅନ୍ୟପକ୍ଷେ ଉଭୟ କେନ୍ଦ୍ର ମନ୍ତ୍ରୀଙ୍କ ଅଭିଯୋଗର ଜବାବ ଦେଇଛି ବିଜେଡି। ଦଳର ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ପଦ୍ମପୁରରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଦୁଇ କେନ୍ଦ୍ରମନ୍ତ୍ରୀ ପଦ୍ମପୁର ଉପନିର୍ବାଚନ ପାଇଁ ଆସି ଯାହା କହିଲେ, ତାହା ସତ୍ୟ କିମ୍ବା ତଥ୍ୟଭିତ୍ତିକ ନୁହେଁ। କେନ୍ଦ୍ରମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟ ସଂଘୀୟ ବ୍ୟବସ୍ଥା ପ୍ରତି କୁଠାରାଘାତ। ଫସଲବୀମା ପ୍ରସଙ୍ଗରେ କେନ୍ଦ୍ରୀୟ ବୈଷୟିକ ଉପଦେଷ୍ଟା କମିଟି ୨ମାସରୁ ଅଧିକ କାଳ ଧରି ଚାଷୀଙ୍କ କଥାକୁ ଶୁଣିଲେ ନାହିଁ ଏବଂ ନିଷ୍ପତ୍ତି ନେବାରେ ବିଳମ୍ବ କଲେ। ଫଳରେ ଚାଷୀଙ୍କୁ ବୀମା କ୍ଷତିପୂରଣ ମିଳିବାରେ ବିଳମ୍ବ ହୋଇଥିଲା। ସେହିପରି ବରଗଡ଼-ନୂଆପଡ଼ା ରେଳପଥ ରାଜ୍ୟର ଦୀର୍ଘବର୍ଷର ଦାବି। ଏଥିପାଇଁ ଆବଶ୍ୟକ ସମସ୍ତ ଜମିର କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ବହୁପୂର୍ବରୁ କହିଆସିଛନ୍ତି। ରାଜ୍ୟ ସରକାର ଜାଗା ଦେଉ ନ ଥିବାରୁ ରେଳପଥ ନିର୍ମାଣ ହୋଇପାରୁନାହିଁ ବୋଲି କେନ୍ଦ୍ର ରେଳ ମନ୍ତ୍ରୀଙ୍କ ମନ୍ତବ୍ୟ ଦୁର୍ଭାଗ୍ୟଜନକ। କେନ୍ଦ୍ର ଜାଗା ପାଇଁ ରାଜ୍ୟକୁ କେବେ ଚିଠି ଲେଖିଛି, ତାହା କେନ୍ଦ୍ର ରେଳ ମନ୍ତ୍ରୀ କହିବେ କି ବୋଲି ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri