Posted inଜାତୀୟ

‘୩ ଦିନ ଭିତରେ କ୍ଷମା ମାଗ’, ଖାର୍ଗେ, ଜୟରାମ ରମେଶଙ୍କୁ ନୋଟିସ ପଠାଇଲେ ଗଡକରୀ, ଜାଣନ୍ତୁ ପୂରା ମାମଲା

ନୂଆଦିଲ୍ଲୀ,୨।୩: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ମହାସଚିବ ଜୟରାମ ରମେଶଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହି ନୋଟିସ ପଠାଇବା ଉପରେ କାରଣ ଦର୍ଶାଇ କେନ୍ଦ୍ର ମନ୍ତ୍ରୀ କହିଛନ୍ତି , ତାଙ୍କ ବିଷୟରେ ଆପତ୍ତିଜନକ ବିଷୟବସ୍ତୁ କଂଗ୍ରେସର ଅଫିସିଆଲ ଏକ୍ସ ଆକାଉଣ୍ଟରୁ ଶେୟାର କରାଯାଇଛି। କେବଳ ଏତିକି ନୁହେଁ କଂଗ୍ରେସର ଉଭୟ ବରିଷ୍ଠ ନେତାଙ୍କୁ ପଠାଯାଇଥିବା ନୋଟିସରେ ସେମାନଙ୍କୁ ଲିଖିତ ଆକାରରେ କ୍ଷମା ମାଗିବାକୁ ମଧ୍ୟ କୁହାଯାଇଛି।

ଗଡକରୀ କହିଛନ୍ତି, କଂଗ୍ରେସ ତାଙ୍କର ଏକ ସାକ୍ଷାତକାର ସମୟର ଭିଡିଓକୁ ବିକୃତ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ସେ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ କରି ସେ କଂଗ୍ରେସ ଅଧ୍ୟକ୍ଷଙ୍କୁ ଲିଗାଲ ନୋଟିସ ପଠାଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ସମ୍ପୃକ୍ତ ଭିଡ଼ିଓକୁ ଡିଲିଟ କରିବା ସହ ତିନି ଦିନ ମଧ୍ୟରେ ଲିଖିତ ଆକାରରେ କ୍ଷମା ମାଗିବାକୁ ସେ ଦାବି କରିଛନ୍ତି। ତାଙ୍କୁ ଅପମାନିତ କରିବା ପାଇଁ କଂଗ୍ରେସ ନେତାଙ୍କ ଦ୍ୱାରା ଏହା ଏକ ସୁଚିନ୍ତିତ ପ୍ରୟାସ ବୋଲି ଗଡକରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri