ଲଘୁଖଣିଜ ଚୋରା ଚାଲାଣ ରୋକିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା

ବାରିପଦା ଅଫିସ,୧୮।୫ – ମୟୂରଭଞ୍ଜ ଜିଲାରେ ଲଘୁଖଣିଜ ଚୋରା ଚାଲାଣ ରୋକିବା ନେଇ ବାରିପଦା ସର୍କିଟ ହାଉସରେ ମଙ୍ଗଳବାର କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ଏକ ସମୀକ୍ଷା ବୈଠକ କରିଛନ୍ତି। ମୋରଡ଼ା, ବାଙ୍ଗିରିପୋଷି, ବାରିପଦା ଓ ସାରସକଣା ତହସିଲଦାରଙ୍କ ସହ ଆଲୋଚନା କରି ଅଞ୍ଚଳରୁ ବାଲି, ମୋରମ, ପଥର ଆଦି ଚୋରା ଚାଲାଣ ରୋକିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଲଘୁଖଣିଜ ସମ୍ପଦ ପଡ଼ୋଶୀ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟକୁ ଚାଲାଣ ହେଉଥିବା ବେଳେ ପ୍ରଶାସନର ଭୂମିକାକୁ ନେଇ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜିଲାରେ ଥବା ସରକାରୀ ଜମିଗୁଡ଼ିକ ରାଜସ୍ବ ବିଭାଗକୁ ଆଣି ଚିଠା ପ୍ରସ୍ତୁତ କରାଗଲେ ଭବିଷ୍ୟତରେ ବୃକ୍ଷରୋପଣ ଓ ଶିଳ୍ପ ପ୍ରତିଷ୍ଠା ସମ୍ଭବ ହୋଇପାରିବ ବୋଲି କହିଥିଲେ। ବାଙ୍ଗିରିପୋଷି ରେଳ ଷ୍ଟେଶନରେ ରେଲୱେ ଗୁଡ୍‌ସ ସେଡ୍‌ ନିର୍ମାଣ କରିବା ପାଇଁ ଜାଗା ଚିହ୍ନଟ ଲାଗି ପରାମର୍ଶ ଦେଇ ଏହାଦ୍ୱାରା ୫ଶହରୁ ଊର୍ଦ୍ଧ୍ୱ ଲୋକ ରୋଜଗାରକ୍ଷମ ହୋଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri