Posted inଖେଳ

ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଅନୁଗୋଳ ଅଫିସ, ୨୬ା୧୨ : ଅନୁଗୋଳ ଜିଲା କ୍ରିକେଟ ସଂଘର ରୌପ୍ୟ ଜୟନ୍ତୀ ଅବସରରେ ଆୟୋଜିତ ସର୍ବଭାରତୀୟ ଅନୁଗୋଳ କପ୍‌ କ୍ରିକେଟ୍‌ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ଅନୁଗୋଳ କ୍ରିକେଟ୍‌ କ୍ଲବକୁ ହରାଇ କଟକର ୟୁନିୟନ ସ୍ପୋର୍ଟିଂ ଟିମ୍‌ ଚାମ୍ପିୟନ ହୋଇଛି। ଉଦ୍‌ଯାପନୀ ଉତ୍ସବରେ ଅତିଥି ଭାବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ସଦସ୍ୟ ତଥା ପୂର୍ବ ଦିଲ୍ଲୀର ଏମ୍‌ପି ଗୌତମ ଗମ୍ଭୀର ଯୋଗଦେଇଥିଲେ।

ସହରର କଦମ ପଡ଼ିଆରେ ଖେଳାଯାଇଥିବା ଏହି ହାଇ ଭୋଲଟେଜ ଫାଇନାଲ ମ୍ୟାଚରେ ଅନୁଗୋଳ କ୍ରିକେଟ କ୍ଲବ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ବିନିମୟରେ ୧୩୫ ରନ କରିଥିଲା। ଦଳ ପକ୍ଷରୁ ଦେବେନ୍ଦ୍ର କୁଅଁର ୫୭ ବଲ୍‌ରୁ ୮୧ ରନ୍‌ କରିଥିଲେ। ଜବାବରେ ୟୁନିୟନ ସ୍ପୋର୍ଟିଂ ୧୭.୫ ଓଭରରେ ୩ ଉଇକେଟ ହରାଇ ୧୩୮ ରନ ସଂଗ୍ରହ କରି ଚାମ୍ପିୟନ ହୋଇଥିଲା। ୬୨ ରନ କରିଥିବା ଚାମ୍ପିୟନ ଦଳର ଅରବିନ୍ଦ ସିଂହ ମ୍ୟାନ ଅଫ୍‌ ଦି ଟୁର୍ନାମେଣ୍ଟ ଏବଂ ୫୫ ରନ କରିଥିବା ଲିଳାଧର ପ୍ରଧାନ ମ୍ୟାନ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଚାମ୍ପିୟନ ଦଳକୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ୧ ଲକ୍ଷ ଟଙ୍କା ସହ ଟ୍ରଫି ଓ ରନର୍ସ ଅପ୍‌ ଦଳକୁ ୭୫ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ର ସମ୍ପାଦକ ସଞ୍ଜୟ ବେହେରା, ଉପସଭାପତି ପଙ୍କଜ ଲୋଚନ ଦାସ, ଦୁଲାଲ ପ୍ରଧାନ, ଅନୁଗୋଳ ଜିଲା କ୍ରିକେଟ ସଂଘ ସଭାପତି ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଫାଇନାଲ ମ୍ୟାଚର ମୁଖ୍ୟ ଆକର୍ଷଣ ଗୌତମ ଗମ୍ଭୀର ସ୍ବଳ୍ପ ସମୟ ପାଇଁ ଉପସ୍ଥିତ ଥିଲେ ମଧ୍ୟ ତାଙ୍କୁ ଦେଖିବାକୁ ପଡ଼ିଆରେ ଦର୍ଶକଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri