କେନ୍ଦ୍ର ଜଳଶକ୍ତି ମିଶନ ସଚିବଙ୍କ ମେଗା ପାନୀୟ ଜଳ ପ୍ରକଳ୍ପ ପରିଦର୍ଶନ

ଗଞ୍ଜାମ,୨୦ା୫(ଡି.ଏନ୍‌.ଏ.): କେନ୍ଦ୍ର ଜଳଶକ୍ତି ମିଶନ ସଚିବ ଭିନୀ ମହାଜନ ଗଞ୍ଜାମ ଜିଲା ଗସ୍ତରେ ଆସି ଗଞ୍ଜାମ ବ୍ଲକ ଓ କୃଷ୍ଣ ପ୍ରସାଦ ବ୍ଲକରେ ନିର୍ମାଣ ହେଉଥିବା କଂସାରୀଗଣ୍ଡ ମେଗା ପାନୀୟ ଜଳ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। କେନ୍ଦ୍ର ସଚିବଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଜି ପରମେଶ୍ୱର, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ କୀର୍ତ୍ତିଭାସାନ, ବିଡିଓ ଜସ୍ମିନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ପରେ ଉକ୍ତ ମଲାଡ଼ ପଞ୍ଚାୟତ ପଣିବନ୍ଧଠାରେ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଯାଇ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା କିପରି ପରିଚାଳନା କରାଯାଉଛି ପଚାରି ବୁଝିଥିଲେ କେନ୍ଦ୍ର ଜଳ ଶକ୍ତି ମିଶନ ସଚିବl କେନ୍ଦ୍ର ସଚିବଙ୍କ ଏହି ଗସ୍ତ ସମୟରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ମଲାଡ଼ ପଞ୍ଚାୟତ ସରପଞ୍ଚ ମମତା ବେହେରା, ନିର୍ବାହୀ ଯନ୍ତ୍ରୀ ବିକାଶ ସାମଲ,ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ଶରତ ଚନ୍ଦ୍ର ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ, ସୁଦାମ ବେହେରା, ଜିଲା ବିଜେଡି ଛାତ୍ର ଉପସଭାପତି ଲିଙ୍ଗରାଜ ମହାପାତ୍ର, ବ୍ଲକ ସହକାରୀ ଯନ୍ତ୍ରୀ ଦିଗାମ୍ବର ନାୟକ, ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶ୍ରୀକାନ୍ତ ଗୌଡ଼, କନିଷ୍ଠ ଯନ୍ତ୍ରୀ ପ୍ରଦୀପ ମଲିକଙ୍କ ସମେତ ସମସ୍ତ ସ୍ବୟଂସହାୟକ ମହିଳା ଗୋଷ୍ଠୀ ଉପସ୍ଥିତ ଥିଲେ। ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ପରେ କେନ୍ଦ୍ର ସଚିବ ଖୁସିବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri