ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା  ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ରଥଟଣା ଯାଇଥାଏ। ଶୁକ୍ରବାର ଭୋର ପ୍ରାୟ ସାଢେ ୬ ଟାରେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁଙ୍କୁ ମଙ୍ଗଳ ଆଳତି କରାଯିବା ପରେ ମଇଲମ , ତଡ଼ପଲାଗି , ରୋଷହୋମ , ଅବକାଶ , ସୂର୍ଯ୍ୟପୂଜା,ମଙ୍ଗଳାର୍ପଣ ପୂଜାର୍ଚ୍ଚନା ପରେ ଭୋଗ ଲାଗି କରାଯାଇଥିଲା। ଜନ୍ମବେଦୀରେ ନବଦିନାତ୍ମକ ଲୀଳାଖେଳା ସାରିଥିବା ଚର୍ତୁଦ୍ଧାମୂର୍ତ୍ତିଙ୍କୁ ବାହୁଡ଼ା ଯାତ୍ରା ନିମନ୍ତେ ବେଶ ପକାଯାଇଥିଲା। ବଡଖେମୁଣ୍ଡି ରାଜାଙ୍କ ଦ୍ବାରା ପରିଚାଳିତ ଏହି ରଥଯାତ୍ରା ନିମନ୍ତେ ଅପରାହ୍ନ ପ୍ରାୟ ସାଢେ ୪ ଟା ସମୟରେ ଗୋଟି ପହଣ୍ଡିରେ ପ୍ରଥମେ ଶ୍ରୀ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ କୋଟି ବ୍ରହ୍ମାଣ୍ଡ ନାୟକ ଜଗତର ନାଥ ଶ୍ରୀ ଜଗନ୍ନାଥ ଗୁଣ୍ଡିଚା ମନ୍ଦିର ଜନ୍ମବେଦୀ ଛାଡି ସନ୍ଧ୍ୟା ୭ ଟା ସୁଦ୍ଧା ବଡଦାଣ୍ଡରେ ନିର୍ମିତ ରଥ ଉପରେ ରଥାରୂଢ ହୋଇଥିଲେ। ବଡଖେମୁଣ୍ଡି ରାଜା ଲକ୍ଷ୍ମୀନାରାୟଣ ଦେବ ରଥ ଉପରେ ଛେରା ପହରା କରିଥିଲେ। ସେହିପରି ସାନଦାଣ୍ଡ ସାହି ଠାକୁରାଣୀ ମନ୍ଦିର ଛକ ସାନ ରଥ ଉପରକୁ ଶ୍ରୀ ଦଧିବାମନ ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରିଥିଲେ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀ ଜୀଉଙ୍କ ରଥ ଟଣା ପରମ୍ପରା ରହିଥିବାରୁ ଶନିବାର ଅପରାହ୍ନରେ ରଥଟଣା ଅନୁଷ୍ଠିତ ହେବ। ତେବେ ସହରର ରାଣିସାହିର ଶ୍ରୀ ପତିତପାବନ ଜଗନ୍ନାଥ ଏବଂ ଅଞ୍ଚଳ କଲୋନୀରେ ଅନୁଷ୍ଠିତ ବାହୁଡ଼ା ଯାତ୍ରାରେ ଶ୍ରୀ ଜଗନ୍ନାଥଙ୍କ ରଥକୁ ଶ୍ରଦ୍ଧାଳୁ ମାନେ ଭକ୍ତିର ସହ ଟାଣି ନେଇ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚାଇଥିବା ଜଣାପଡ଼ିଛି।ସେହିପରି ବଡଡୁମୁଳା ଗ୍ରାମରେ ମଧ୍ୟ ରଥଯାତ୍ରା ଧୁମଧାମରେ ପାଳିତ ହୋଇଯାଇଛି । ସରପଞ୍ଚ ଗୀତାଞ୍ଜଳୀ ଜାନୀ , ସମବାୟ ସମ୍ପାଦକ ଶେଷକାନ୍ତ ଜାନୀ  , ପୂର୍ବତନ ସରପଞ୍ଚ ଉପେନ୍ଦ୍ର ପ୍ରଧାନ ଏବଂ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତ ପରିବାରର ସଦସ୍ୟ, ଯାତ୍ରା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ। ସେହିପରି ଭ୍ରମରପୁର,ଭୀଷ୍ମଗିରି, ସିଦ୍ଧେଶ୍ୱର,ବାସୁଦେବପୁର, ଜକର,ପଦ୍ମନାଭପୁର,ଫାସିଗୁଡ଼ା,ଗୋପୀନାଥପୁର,ଜକମେରିପଲ୍ଲୀ ପ୍ରଭୃତି ଗ୍ରାମ ମାନଙ୍କରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ଶ୍ରୀ ଜୀଉ ଙ୍କ ବାହୁଡ଼ା ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri