ବଳଦ ଗାଡ଼ିରେ ବରଯାତ୍ରୀ ଗଲେ ଯୁବକ

ଜାଲୋର,୧୮।୫: ଆଜିକାଲି ଯୁବକ ଯୁବତୀମାନେ ନିଜ ବିବାହକୁ ମୁହୂର୍ତ୍ତକୁ ଭିନ୍ନ ଓ ସ୍ବତନ୍ତ୍ର କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଉଛନ୍ତି। ବିବାହ ପାଇଁ କିଏ ହେଲିକପ୍ଟରରେ ତ ଆଉ କିଏ ବିଳାସପୂର୍ଣ୍ଣ ଗାଡ଼ିରେ ଆଉ କିଏ ଓଟରେ ବରଯାତ୍ରୀ ଯାଉଥିବା ଦେଖିବାକୁ ମଳୁଛି। ହେଲେ ରାଜସ୍ଥାନର ଜାଲୋରର ଜଣେ ଯବକ କିଛି ନିଆରା ପନ୍ଥା ଆପଣାଇଛନ୍ତି। ରାନୀଓ୍ବାଡା ବିଧାନସଭା ଆସନର କୁଡା ଗ୍ରାମରେ ଜଣେ ବର ବଳଦ ଗାଡ଼ିରେ ବରଯାତ୍ରୀ ଯାଇଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, କୁଡା ଗ୍ରାମର ଦଲପତ କୁମାର ଦେବାସୀଙ୍କ ସହ ସଓ୍ବୋଡା ଗ୍ରାମର ହୀନାଙ୍କ ସହ ବିବାହ ଅନୁଷ୍ଠିତ ହୋଇଥିଲା। ତେବେ ଦଲପତ ନିଜର ବିବାହକୁ ନିଆରା କରିବା ପାଇଁ ଭାବିଥିଲେ। ଏଥିପାଇଁ ସେ ବଳଦ ଗାଡ଼ିରେ ବରଯାତ୍ରୀ ଯିବାକୁ ନିଷ୍ପତ୍ତି ନେଇଥିଲେ। ଏହି ବଳଦ ଗାଡ଼ିକୁ ମଧ୍ୟ ବହୁ ସୁନ୍ଦର ସଜାଯାଇଥିଲା। ଏଥିରେ ଦଲପତ ଦୀର୍ଘ ୪କିଲୋମିଟର ଯାତ୍ରା କରି କନ୍ୟାଙ୍କ ଘର ସଓ୍ବୋଡା ଗ୍ରାମରେ ପହଞ୍ଚିଥିଲେ। ଗୋଟିଏ ବଳଦ ଗାଡ଼ିରେ ବର ଓ ବାକି ଲୋକ ଅନ୍ୟ ବଳଦ ଗାଡ଼ିରେ ବସି ବରଯାତ୍ରୀ ଯାଇଥିଲେ। ଏଭଳି ନିଆରା ବରଯାତ୍ରୀକୁ ଦେଖିବା ପାଇଁ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା। କନ୍ୟାଙ୍କ ପିତା ବାଲକା ରାମ ମଧ୍ୟ ବହୁ ଉତ୍ସାହର ସହ ସେମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ ରୀତିନୀତି ଅନୁଯାୟୀ ଦଳପତ ଓ ହୀନାଙ୍କ ବିବାହ ସମ୍ପନ୍ନ ହୋଇଥିଲା। ଅନ୍ୟପଟେ ବର ଦଲପତ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନିଜର ପୁରୁଣା ପରମ୍ପରାକୁ ପୁନର୍ଜୀବିତ କରିବା ପାଇଁ ବଳଦ ଗାଡ଼ିରେ ବରଯାତ୍ରୀ ଯିବାକୁ ନିଷ୍ପତ୍ତି ନେଇଥିଲେ। ଆମର ପୂର୍ବପୁରୁଷମାନେ ମଧ୍ୟ ବଳଦ ଗାଡ଼ିରେ ବସି ବରଯାତ୍ରୀ ଯାଉଥିଲେ। ତେଣୁ ଏହି ପରମ୍ପରାକୁ ଆଗକୁ ବଢ଼ାଇବା ପାଇଁ ଏଭଳି ନିଷ୍ପତ୍ତି ନେଇଥିଲୁ ବୋଲି ଦଲପତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri