ଅନନ୍ୟ ଭାଇଚାରା: ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଇମତିଆଜ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ଆଜି ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ବରଗଡ଼ ସମେତ ସବୁଠି ଉତ୍ସାହ, ଉଦ୍ଦୀପନା ସହକାରେ ଏହି ପର୍ବ ପାଳିତ ହେଉଛି । ହନୁମାନ ମନ୍ଦିର ତଥା ଶକ୍ତି ପୀଠରେ ପୂଜାର୍ଚ୍ଚନା ଚାଲିଛି। ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା ବାହାରିଛି । ଏହା ସହିତ ପଣା, ସର୍ବତ ବଣ୍ଟନ କରାଯାଉଛି। ତେବେ ହିନ୍ଦୁ ସମାଜର ଏହି ପ୍ରମୁଖ ପର୍ବ ଅବସରରେ ବରଗଡ-ଭେଡେନ ରାସ୍ତାରେ ମୁସଲମାନ ସମାଜର ଜଣେ ଯୁବକ ମହମ୍ମଦ ଇମତିଆଜ ସର୍ବତ ବଣ୍ଟନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ହିନ୍ଦୁ-ମୁସଲମାନର ନିଆରା ଭାଇଚାରା ପରିଚୟ ଦେଇଛନ୍ତି ଇମତିଆଜ। ତେବେ କେବଳ ଏଥର ନୁହେଁ, ଗତ ୪ବର୍ଷ ଧରି ଭେଡେନ ରାସ୍ତାର ପୁରୁଣା ରିଜର୍ଭ ପୋଲିସ ସମ୍ମୁଖରେ ସେ ହନୁମାନ ଜୟନ୍ତୀ ଅବସରରେ ସରବତ ବଣ୍ଟନ କରି ଆସୁଛନ୍ତି । ପଥଚାରୀମାନଙ୍କୁ ସର୍ବତ ସହିତ ଖିରି ମଧ୍ୟ ବଣ୍ଟନ କରିଥିଲେ। ଇମତିଆଜଙ୍କ ଏଭଳି ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri