ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ  ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା ନିଆରା ହୋଇଛି। ଆକର୍ଷଣୀୟ ପୂଜାମଣ୍ଡପରେ ରାଧାକୃଷ୍ଣ ବେଶରେ ଗଜାନନ ପୂଜା ପାଉଛନ୍ତି।

ଚଳିତବର୍ଷ ବିଜୁ ପଟ୍ଟନାୟକ ମାର୍ଗ ପୂଜା ପରିଚାଳନା କମିଟି ପକ୍ଷରୁ ରାଧାକୃଷ୍ଣ ମୂର୍ତ୍ତି ସ୍ଥାପନ କରାଯାଇଛି। ପୁରୋହିତ କନ୍ଧ ଶତପଥୀଙ୍କ ବେଦମନ୍ତ୍ରରେ ପୂଜାମଣ୍ଡପ ପ୍ରକମ୍ପିତ ହେଉଛି। ନିଆରା ସାଜସଜ୍ଜା ଓ ପୂଜା ଆୟୋଜନ ଯୋଗୁ ଏଠାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି।

ଏହି ଅବସରରେ ଗଞ୍ଜାମ ଏନ୍‌ଏସି ବିଜେଡି ସଭାପତି ସୁଧୀର କୁମାର ପାଢ଼ୀ ନିଜ ସମର୍ଥକଙ୍କ ସହ ବିଜୁ ପଟ୍ଟନାୟକ ମାର୍ଗ ପୂଜାମଣ୍ଡପରେ ପହଞ୍ଚି ସନ୍ଧ୍ୟା ଆଳତିରେ ସାମିଲ ହେବା ସହ ଠାକୁର ଦର୍ଶନ କରିଥିଲେ। ସେ ବିଭିନ୍ନ ପୂଜା ପରିଚାଳନା କମିଟିର ସଦସ୍ୟମାନଙ୍କୁ ଉତ୍ସାହିତ କରିବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

ଦର୍ଶନ ସମୟରେ ବିଜେଡି ଯୁବନେତା ବିଭୂତି ପଲାଇ, ସାମାଜିକ କର୍ମୀ ଉମା ମହାନ୍ତି, ଟୋନି ପଣ୍ଡା, ମନୋଜ ପ୍ରଧାନଙ୍କ ସମେତ ପୂଜା ପରିଚାଳନା କମିଟିର ସାହିଲ ସୁବୁଦ୍ଧି, ସୁଜଲ ବେହେରା, ଆକାଶ ବେହେରା, ଦୀପୁନା ଗୌଡ଼, ବିକି ବେହେରା, ତରୁଣ ଆଚାର୍ଯ୍ୟ, ତାପସ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

ଉକ୍ତ ପୂଜାମଣ୍ଡପରେ ଗଜାନନଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?