Posted inଫୁରସତ

ଜନ୍ମ ନେଲା ଅଜବ ଛେଳି ଛୁଆ; ନାକ ଜାଗାରେ ରହିଛି ଆଖି

ବିଳାସପୁର, ୧୦।୮: ଛତିଶଗଡ଼ର ବିଳାସପୁରରେ ଏକ ଅଜବ ଛେଳି ଛୁଆ ଜନ୍ମ ନେଇଛି। ନବଜାତ ଛେଳି ଛୁଆର ନାକ ନ ଥିବାବେଳେ ଏହି ସ୍ଥାନରେ ଆଖି ରହିଛି। ଏଭଳି ବିଚିତ୍ର ଛେଳି ଛୁଆକୁ ନେଇ ଏବେ ବେଶ୍‌ ଚର୍ଚ୍ଚା। ବିଳାସପୁର ବାସିନ୍ଦା ଫରିଦ ଖାନ୍‌ଙ୍କ ଛେଳି ରବିବାର ଏହି ବିଚିତ୍ର ଛେଳି ଛୁଆକୁ ଜନ୍ମ ଦେଇଥିଲା। ଜନ୍ମ ପରେ ଦେଖାଯାଇଥିଲା ଯେ ଛେଳି ଛୁଆର ନାକ ନାହିଁ। ନାକ ବଦଳରେ ୨ଟି ଆଖି ରହିଛି। ସେହିଭଳି ଆଖି ସ୍ଥାନରେ ବଡ଼ ଗର୍ତ୍ତ ରହିଛି। ପାଟିପଟେ ଏହି ଛୁଆଟି ନିଶ୍ୱାସ ପ୍ରଶ୍ୱାସ ନେବା ଆଣିବା କରୁଥିଲା।

ଫରିଦ ଏବଂ ତାଙ୍କ ସାହି ପଡ଼ିଶା ଏହି ଛେଳି ଛୁଆକୁ ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ। ତୁରନ୍ତ ସେମାନେ ପଶୁ ଚିକିତ୍ସକ ଅଜୟ ଅଗ୍ରଓ୍ବାଲଙ୍କ ସହ ଯୋଗାଯୋଗ କରିଥିଲେ। ଏହାପରେ ଡାକ୍ତରଙ୍କ ପରାମର୍ଶକ୍ରମେ ଛେଳି ଛୁଆଟିକୁ ଡାକ୍ତର ଏସ୍‌ପି ଶର୍ମାଙ୍କ କ୍ଲିନିକକୁ ନିଆଯାଇଥିଲା। ଯେଉଁଠାରେ ବରିଷ୍ଠ ସର୍ଜନ ଡାକ୍ତର ଆର୍‌.ଏମ୍‌. ତ୍ରିପାଠୀ ଓ ଡାକ୍ତର ସିହ୍ନା ଅପରେସନ ମାଧ୍ୟମରେ ଛେଳିଟି ନାକବାଟେ ନିଶ୍ୱାସ ପ୍ରଶ୍ୱାସ ନେବା ଲାଗି ଚେଷ୍ଟା କରିଥିଲେ। କିନ୍ତୁ ସେଥିରେ ସଫଳ ହୋଇ ନ ଥିଲେ। ଡାକ୍ତର ତ୍ରିପାଠୀ କହିଛନ୍ତି, କୌଣସି ରୋଗ ଲାଗି ନୁହେଁ ବରଂ ଗୁଣସୂତ୍ରରେ ଅସ୍ବଭାବିକତା ହେତୁ ଏଭଳି ଅସମାନତା ହୋଇଥାଏ। ୧୦ ମେ ୨୦୧୧ରେ କେରଳରେ ଏହିଭଳି ଏକ ଛେଳି ଛୁଆ ଜନ୍ମ ହୋଇଥିଲା ବୋଲି ଡାକ୍ତର ସିହ୍ନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୪।୧(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri