ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆଇଡି ନମ୍ବର

ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ରାଜ୍ୟର ସମସ୍ତ ଚାଷୀଙ୍କ ତଥ୍ୟ ସରକାରଙ୍କ ପାଖରେ ରହିବ। ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ଚାଷୀ ପଞ୍ଜିକା ପ୍ରସ୍ତୁତି ନିମନ୍ତେ ଜାନୁଆରୀ ପହିଲାରୁ ପ୍ରତି ପଞ୍ଚାୟତରେ ଶିବିର ଆୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପ୍ରତ୍ୟେକ ଚାଷୀଙ୍କୁ ୧୪ ଟିକିିଆ ନମ୍ବର ବିଶିଷ୍ଟ ସ୍ବତନ୍ତ୍ର ଆଇଡି ନମ୍ବର ଓ କାର୍ଡ ମିଳିବ। ଏହାଦ୍ୱାରା ଚାଷୀଙ୍କ ଚିହ୍ନଟ ହେବା ସହ ସେମାନଙ୍କୁ ସିଧାସଳଖ ସରକାରଙ୍କ ସମସ୍ତ ସୁବିଧା ଓ ଯୋଜନାର ଲାଭ ମିଳିପାରିବ। ଚାଷୀ ସହାୟତା ବାଟମାରଣାରେ ପୂର୍ଣ୍ଣଚ୍ଛେଦ ପଡ଼ିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପିଏମ୍‌-କିଷାନ, ପ୍ରଧାନମନ୍ତ୍ରୀ ଫସଲବୀମା, ସିଏମ୍‌-କିଷାନ, ଫସଲ ଋଣ, ଅନ୍ୟାନ୍ୟ ସମସ୍ତ କୃଷି ସବ୍‌ସିଡିକୁ ପାରଦର୍ଶିତାର ସହ ପ୍ରଦାନ ନିମନ୍ତେ ଏହି ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି।
ରାଜ୍ୟ କୃଷି ନିର୍ଦ୍ଦେଶକ ସମସ୍ତ ଜିଲାପାଳଙ୍କୁ ଏହି ଡାଟାବେସ୍‌ ପ୍ରସ୍ତୁତି ନିମନ୍ତେ ଆକ୍ସନ ପ୍ଲାନ୍‌ ଓ ଏସ୍‌ଓପି ଜାରି କରିଛନ୍ତି। ଏହି ଡାଟାବେସ୍‌ ପ୍ରସ୍ତୁତି ମାଧ୍ୟମରେ ଚାଷୀଙ୍କୁ ୟୁନିକ୍‌ ଆଇଡି ଜାରି କରି ସେମାନଙ୍କୁ ସିଧାସଳଖ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ଯୋଜନାର ଲାଭ ଦେବାକୁ ଲକ୍ଷ୍ୟ ରଖିଛନ୍ତି। କେବଳ ସେତିକି ନୁହେଁ, କେଉଁ ଚାଷୀ କେତେ ଚାଷଜମିର ମାଲିକ, ସେଥିରୁ କେତେ ଜଳସେଚିତ ଓ କେତେ ଅଣଜଳସେଚିତ, ତା’ର ତଥ୍ୟ ମଧ୍ୟ ସରକାର ଜାଣିପାରିବେ।
ଫାର୍ମର ରେଜିଷ୍ଟ୍ରି କାର୍ଯ୍ୟ ରାଜ୍ୟର ସମସ୍ତ ଜିଲାରେ ପ୍ରଥମ ପର୍ଯ୍ୟାୟରେ ଜାନୁଆରୀ ୧ରୁ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ସବୁ ପଞ୍ଚାୟତରେ ଏକ ସ୍ବତନ୍ତ୍ର ଶିବିର ଆୟୋଜନ କରାଯିବ। ଯେଉଁ ଶିବିରରେ ୨ଜଣ ଲେଖାଏ ଗ୍ରାମ୍ୟ କୃଷି ସେବକ, ଜଣେ ରାଜସ୍ବ ନିରୀକ୍ଷକ ଉପସ୍ଥିତ ରହିବେ। ଚାଷୀଙ୍କୁ ଶିବିର ପର୍ଯ୍ୟନ୍ତ ଆଣିବା ପାଇଁ ସ୍ଥାନୀୟ କୃଷକ ସାଥୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ପ୍ରତ୍ୟେକ ଶିବିରର ତଦାରଖ ଦାୟିତ୍ୱରେ କୃଷି ଓଭରସିୟର,ବ୍ଲକ କୃଷି ଅଧିକାରୀ, ଅତିରିକ୍ତ ତହସିଲଦାର କିମ୍ବା ତହସିଲଦାରଙ୍କ ମଧ୍ୟରୁ ଜଣେ ରହିବେ। ଚାଷୀମାନେ ନିଜର ଆଧାର କାର୍ଡ, ମୋବାଇଲ ଫୋନ୍‌(ଆଧାର ଲିଙ୍କ ଥିବା), ଜମି ପଟ୍ଟା(ଭୂଲେଖରେ ଥିବା ରେକର୍ଡ) ଅବା ଖର୍ଦ୍ଦି ଦଲିଲ ଧରି ଶିବିରକୁ ଆସିବେ। ପ୍ରଥମ ପର୍ଯ୍ୟାୟରେ ଆୟୋଜିତ ଏହି ଶିବିରରେ ପିଏମ-କିଷାନ, ପ୍ରଧାନମନ୍ତ୍ରୀ ଫସଲବୀମା, କୃଷକ ଓଡ଼ିଶାର ହିତାଧିକାରୀଙ୍କ ପଞ୍ଜୀକରଣ ଶେଷ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri