ବରଗଡ଼ ପ୍ରଶାସନର ନିଆରା କାର୍ଯ୍ୟକ୍ରମ: ସହରରେ ଖୋଲିଲା ଗାଁ ଆମ୍ବ ପସରା

ବରଗଡ଼,୩୦।୫ ପ୍ରେମାନନ୍ଦ ଖମାରୀ): ବରଗଡ଼ ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଆମ୍ବ ପସରା, ଏକ ପଦକ୍ଷେପ ଯାହାର ଉଦ୍ଦେଶ୍ୟ ଗ୍ରାମାଞ୍ଚଳରେ ବସବାସ କରୁଥିବା ଆମ୍ବ ଚାଷୀ ମାନଙ୍କୁ କିପରି ଭାବରେ ପ୍ରୋତ୍ସାହନ ଦେଇ ସେମାନଙ୍କ ଆମ୍ବର ଉଚିତ ମୂଲ୍ୟ ପ୍ରାପ୍ତି ନିମନ୍ତେ ସୁଯୋଗ ଯୋଗାଇଦେବା I ଏହି କ୍ରମରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ବରଗଡ଼ ସହରରେ ଆମ୍ବ ପସରା ଖୋଲା ଯାଇଛି। ଆସନ୍ତା ଜୁନ ମାସ ୧୬ ତାରିଖ ପର୍ଯ୍ୟନ୍ତ ଏହି ଆମ୍ବ ପସରା ଚାଲିବ।ଏଠାରେ ବିଭିନ୍ନ କିସମର ଆମ୍ବ ଯଥା ଦଶେରି, ଲେଙ୍ଗେଡା, ଅମ୍ବରପଲ୍ଲୀ, ତୋତାପୁରୀ, ମଲ୍ଲୀକା, ବମ୍ବେ ଗ୍ରୀନ, ସୁନ୍ଦରୀ ଆଦି ପ୍ରଦର୍ଶିତ ହେବା ସହିତ ବିକ୍ରି ହେଉଛି। ବିଭିନ୍ନ କିସମ ଆମ୍ବର ଦାମ କିଲୋ ପ୍ରତି ୪୦ରୁ ୫୦ ଟଙ୍କା ପର୍ଯ୍ୟନ୍ତ ରହିଛି I

ଆମ୍ବ ପସରା କାର୍ଯ୍ୟକ୍ରମକୁ ପାରମ୍ପରିକ ରୀତିରେ ବରଗଡ଼ ଉଦ୍ୟାନ ବିଭାଗର ମୁଖ୍ୟ ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଉଦଘାଟନ କରିଥିଲେ ଏବଂ ଚାଷୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଭବିଷ୍ୟତରେ ବିଭିନ୍ନ ସଂସ୍ଥାଗୁଡିକୁ ପରିଦର୍ଶନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ I ଓରମାସର ଉପମୁଖ୍ୟ କାର୍ଯ୍ୟର୍ନିବାହୀ ଅଧିକାରୀ ପ୍ରଶାନ୍ତ କୁମାର ଦାଶ ସୂଚନା ଦେଇଥିଲେ ଯେ, ଚଳିତବର୍ଷ ୧୦ ମେଟ୍ରିକ ଟନ ଆମ୍ବ ବିକ୍ରି କରିବା ପାଇଁ ଲକ୍ଷ୍ୟ ରଖାଯାଇଛି I ଭବିଷ୍ୟତରେ ଆମ୍ବର ଏକ ଉତ୍ପାଦକ କମ୍ପାନୀ ଗଠନ କରି ବେପାର କରି ଚାଷୀ କିପରି ଲାଭବାନ ହେବେ ତାହା ସୂଚନା ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଓରମାସର ରାମଚନ୍ଦ୍ର ଦାଶ, ସଞ୍ଜୀବ କୁମାର ବସନ୍ତରାୟ ଏବଂ ଶର୍ବାଣୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଯୋଗେଶ ଚନ୍ଦ୍ର ଦାଶ ଉପସ୍ଥିତ ରହି ଚାଷୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ I

 


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri