Posted inଜାତୀୟ

ଭାଜପା ବିରୋଧୀଙ୍କୁ ଏକତ୍ରିତ ହେବାକୁ ଚିଠି ଲେଖିଲେ ମମତା

ନୂଆଦିଲ୍ଲୀ, ୩୧।୩ : ନନ୍ଦିଗ୍ରାମରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ହେବାକୁ ଯାଉଥିବା ନିର୍ବାଚନୀ ଯୁଦ୍ଧ ଅବସରରେ ଭାଜପାର ବିରୋଧୀ ଦଳର ନେତାଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ। ଏହି ଚିଠି କଂଗ୍ରେସର ସୋନିଆ ଗାନ୍ଧୀଙ୍କ ସମେତ ପ୍ରମୁଖ ୧୦ ବିରୋଧୀ ଦଳର ନେତାଙ୍କୁ ବୁଧବାର ପଠା ଯାଇଛି। ଚଳିତ ବିଧାନସଭା ନିର୍ବାଚନ ପରେ ଭାଜପାକୁ ହଟାଇବା ପାଇଁ ଏକତ୍ରିତ ହୋଇ କେଉଁ ରଣନୀତି ଆପଣେଇବାକୁ ପଡ଼ିବ ସେ ସମ୍ପର୍କରେ ଉଲ୍ଲେଖ କରିଛନ୍ତି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ।

ଗଣତନ୍ତ୍ର ଉପରେ ଭାଜପାର ଆକ୍ରମଣ ବିରୋଧରେ ଏକତ୍ରିତ ହେବାର ସମୟ ଆସିଯାଇଛି। ଦେଶର ନାଗରିକଙ୍କ ପାଇଁ ଏକ ବିଶ୍ୱସନୀୟ ବିକଳ୍ପ ଉପସ୍ଥାପନ କରିବାକୁ ଚିଠିରେ ମମତା ଉଲ୍ଲେଖ କରିଛନ୍ତି। ଦିଲ୍ଲୀ ଗଭର୍ନରଙ୍କୁ ନିର୍ବାଚିତ ସରକାରଙ୍କଠାରୁ ଅଧିକ ଶକ୍ତି ପ୍ରଦାନ କରୁଥିବା ନୂଆ ବିବାଦୀୟ ଆଇନ ଭଳି ୭ଟି ବିବାଦୀୟ ଘଟଣା ତଥା ଆଇନ ସମ୍ପର୍କରେ ଚିଠିରେ ଉଲ୍ଲେଖ କରିଛନ୍ତି ମମତା।

ସୋନିଆଙ୍କ ବ୍ୟତୀତ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାଓ୍ବାର, ଡିଏମ୍‌କେର ଷ୍ଟାଲିନ, ଶିବ ସେନାର ଉଦ୍ଧବ ଠାକରେ, ଓ୍ବାଇଆରଏସ୍‌ର ଜଗନ ମୋହନ ରେଡ୍ଡୀ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ଟିଆରଏସ୍‌ର କେ. ଚନ୍ଦ୍ରଶେଖର ରାଓ, ସମାଜବାଦୀ ପାର୍ଟିର ଅଖିଳେଶ ଯାଦବ, ରାଷ୍ଟ୍ରୀୟ ଜନତା ଦଳର ତେଜସ୍ବୀ ଯାଦବ, ଆମ ଆଦମି ପାର୍ଟିର ଅରବିନ୍ଦ କେଜରିଓ୍ବାଲ ଓ ସିପିଆଇଏମ୍‌ଏଲର ଦୀପାଙ୍କର ଭଟ୍ଟଚାର୍ଯ୍ୟଙ୍କୁ ଏହି ଚିଠି ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri