Posted inଜାତୀୟ

ସରକାର ପରିବର୍ତ୍ତନ ପାଇଁ ଏକାଠି ହୁଅ: ପାଓ୍ବାର

ଫତେହାବାଦ (ହରିୟାଣା), ୨୬।୯ (ପି.ଟି.): ୨୦୨୪ରେ ସରକାର ବଦଳାଇବାକୁ ହେଲେ ସବୁ ବିରୋଧୀ ଦଳ ଏକାଠି କାମ କରିବା ସମୟ ଆସିଛି ବୋଲି ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ରବିବାର କହିଛନ୍ତି। ହରିୟାଣାର ଫତେହାବାଦରେ ଇଣ୍ଡିଆନ୍‌ ନ୍ୟାଶନାଲ ଲୋକ ଦଳ (ଆଇଏନ୍‌ଏଲ୍‌ଡି) ପକ୍ଷରୁ ଆୟୋଜିତ ବିଶାଳ ରାଲିକୁ ଉଦ୍‌ବୋଧନ ଦେଇ ପାଓ୍ବାର କହିଥିଲେ, କୃଷି ଆଇନକୁ ବିରୋଧ କରି ଚାଷୀ ଆତ୍ମହତ୍ୟା କରିବା ସମାଧାନ ନୁହେଁ, ସରକାର ବଦଳାଇବା ଦ୍ୱାରା ପ୍ରକୃତ ସମାଧାନ ଆସିପାରିବ। ରାଲିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଶିରୋମଣି ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲ, ଆର୍‌ଜେଡି ନେତା ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଓ ଅନ୍ୟ ନେତାମାନେ ଯୋଗ ଦେଇଥିଲେ।

କଂଗ୍ରେସ ଓ ବାମଦଳ ସମେତ ସମସ୍ତ ଅଣଭାଜପା ଦଳ ଏକାଠି ହେବା ଲାଗି ରାଲିରେ ନୀତୀଶ ଆହ୍ବାନ ଦେଇଥିଲେ। ସବୁ ବିରୋଧୀ ଦଳକୁ ନେଇ ଗୋଟିଏ ସାମ୍ମୁଖ୍ୟ ଗଢ଼ାଗଲେ ୨୦୨୪ ସାଧାରଣ ନିର୍ବାଚନରେ ଗୈରିକ ଦଳକୁ ନିଶ୍ଚୟ ହରାଇପାରିବା ବୋଲି ସେ କହିଥିଲେ। ତୃତୀୟ ସାମ୍ମୁଖ୍ୟର ପ୍ରଶ୍ନ ଉଠୁନାହିଁ। କଂଗ୍ରେସ ସମେତ ସବୁ ଦଳକୁ ନେଇ ଗୋଟିଏ ଫ୍ରଣ୍ଟ ହେବା ସମୟର ଆବଶ୍ୟକତା ବୋଲି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା କହିଛନ୍ତି। ସେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହନ୍ତି ବୋଲି ଏହି ଅବସରରେ ନୀତୀଶ ସ୍ପଷ୍ଟ କରିଛନ୍ତି। ରାଲିରେ ତେଜସ୍ବୀ କହିଥିଲେ, ସମ୍ବିଧାନ ଓ ଗଣତନ୍ତ୍ରର ରକ୍ଷା ଲାଗି ଭାଜପା ନେତୃତ୍ୱାଧୀନ ଏନ୍‌ଡିଏରୁ ଜେଡିୟୁ,ଅକାଳୀ ଦଳ ଏବଂ ଶିବସେନା ବାହାରି ଆସିଛନ୍ତି। ଭାଜପା ଦେଶବାସୀଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇଆସୁଛି। ଏହା ସବୁଠୁ ମିଛୁଆ ଦଳ ବୋଲି ତେଜସ୍ବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri