Posted inଜାତୀୟ

ସରକାର ପରିବର୍ତ୍ତନ ପାଇଁ ଏକାଠି ହୁଅ: ପାଓ୍ବାର

ଫତେହାବାଦ (ହରିୟାଣା), ୨୬।୯ (ପି.ଟି.): ୨୦୨୪ରେ ସରକାର ବଦଳାଇବାକୁ ହେଲେ ସବୁ ବିରୋଧୀ ଦଳ ଏକାଠି କାମ କରିବା ସମୟ ଆସିଛି ବୋଲି ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ରବିବାର କହିଛନ୍ତି। ହରିୟାଣାର ଫତେହାବାଦରେ ଇଣ୍ଡିଆନ୍‌ ନ୍ୟାଶନାଲ ଲୋକ ଦଳ (ଆଇଏନ୍‌ଏଲ୍‌ଡି) ପକ୍ଷରୁ ଆୟୋଜିତ ବିଶାଳ ରାଲିକୁ ଉଦ୍‌ବୋଧନ ଦେଇ ପାଓ୍ବାର କହିଥିଲେ, କୃଷି ଆଇନକୁ ବିରୋଧ କରି ଚାଷୀ ଆତ୍ମହତ୍ୟା କରିବା ସମାଧାନ ନୁହେଁ, ସରକାର ବଦଳାଇବା ଦ୍ୱାରା ପ୍ରକୃତ ସମାଧାନ ଆସିପାରିବ। ରାଲିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଶିରୋମଣି ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲ, ଆର୍‌ଜେଡି ନେତା ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଓ ଅନ୍ୟ ନେତାମାନେ ଯୋଗ ଦେଇଥିଲେ।

କଂଗ୍ରେସ ଓ ବାମଦଳ ସମେତ ସମସ୍ତ ଅଣଭାଜପା ଦଳ ଏକାଠି ହେବା ଲାଗି ରାଲିରେ ନୀତୀଶ ଆହ୍ବାନ ଦେଇଥିଲେ। ସବୁ ବିରୋଧୀ ଦଳକୁ ନେଇ ଗୋଟିଏ ସାମ୍ମୁଖ୍ୟ ଗଢ଼ାଗଲେ ୨୦୨୪ ସାଧାରଣ ନିର୍ବାଚନରେ ଗୈରିକ ଦଳକୁ ନିଶ୍ଚୟ ହରାଇପାରିବା ବୋଲି ସେ କହିଥିଲେ। ତୃତୀୟ ସାମ୍ମୁଖ୍ୟର ପ୍ରଶ୍ନ ଉଠୁନାହିଁ। କଂଗ୍ରେସ ସମେତ ସବୁ ଦଳକୁ ନେଇ ଗୋଟିଏ ଫ୍ରଣ୍ଟ ହେବା ସମୟର ଆବଶ୍ୟକତା ବୋଲି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା କହିଛନ୍ତି। ସେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହନ୍ତି ବୋଲି ଏହି ଅବସରରେ ନୀତୀଶ ସ୍ପଷ୍ଟ କରିଛନ୍ତି। ରାଲିରେ ତେଜସ୍ବୀ କହିଥିଲେ, ସମ୍ବିଧାନ ଓ ଗଣତନ୍ତ୍ରର ରକ୍ଷା ଲାଗି ଭାଜପା ନେତୃତ୍ୱାଧୀନ ଏନ୍‌ଡିଏରୁ ଜେଡିୟୁ,ଅକାଳୀ ଦଳ ଏବଂ ଶିବସେନା ବାହାରି ଆସିଛନ୍ତି। ଭାଜପା ଦେଶବାସୀଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇଆସୁଛି। ଏହା ସବୁଠୁ ମିଛୁଆ ଦଳ ବୋଲି ତେଜସ୍ବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?