Posted inଖେଳ

ୟୁନାଇଟେଡ କପ୍‌ କ୍ରିକେଟ: ସୁନ୍ଦରଗ୍ରାମ ସ୍ପୋର୍ଟିଂ ଚାମ୍ପିୟନ

କଣ୍ଟାପଡା, ୬ା୨ (ଡି.ଏନ୍‌.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ବାଇରୋଇ ନାରାୟଣୀ ୟୁଥକ୍ଲବ ପକ୍ଷରୁ ସ୍ଥାନୀୟ କେଳାକୁଦ ପଡିଆରେ ଆୟୋଜିତ ୩ୟ ୟୁନାଇଟେଡ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ ବାଲିଅନ୍ତା ଆର୍‌ସିସି କ୍ରିକେଟ କ୍ଲବକୁ ୮୬ ରନରେ ହରାଇ ସ୍ମାଇଲ ଏସ୍‌ଜି ସ୍ପୋର୍ଟିଂ ସୁନ୍ଦରଗ୍ରାମ ଚାମ୍ପିୟନ ଟ୍ରଫି ହାସଲ କରିଛି।

ସୌରଭ ଦାସଙ୍କ ୧୭ ବଲରୁ ୫୦ ଓ ଦିଲୀପ ରାଉତଙ୍କ ୨୫ ବଲରୁ ବିସ୍ଫୋରକ ୬୭ ରନ ବଳରେ ସୁନ୍ଦରଗ୍ରାମ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୬୨ ରନ୍‌ କରିଥିଲା। ବିପକ୍ଷ ଦଳର ବିକାଶ ଓ ପ୍ରଭାତ ୨ଟି ଲେଖାଏ ଉଇକେଟ ନେଇଥିଲେ। ୨୬୨ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛାକରି ବାଲିଅନ୍ତା ଦଳ ପ୍ରାରମ୍ଭରେ ସୁମନ୍ତଙ୍କ ୪୦ ଓ ଅଭିତାଭଙ୍କ ୩୯ରନ ସହାୟତାରେ ଭଲ ଆରମ୍ଭ କରିଥିଲା। ମାତ୍ର ପରବର୍ତ୍ତୀ ବ୍ୟାଟରମାନଙ୍କ ବିଫଳତା ଯୋଗୁ ଦଳ ୧୬ ଓଭରରେ ୧୭୬ ରନ କରି ଅଲଆଉଟ ହୋଇଯାଇଥିଲା।

ଚାମ୍ପିୟନ ଦଳର ଚନ୍ଦନ ୪ ଓ ବାପୁଜୀ ୩ ଉଇକେଟ ନେଇ ବିପର୍ଯ୍ୟୟ ଘଟାଇଥିଲେ। କଣ୍ଟାପଡା ସରପଞ୍ଚ ନିର୍ମଳ ସାହୁ, ସାମାଜିକ କର୍ମୀ ପବିତ୍ର ପ୍ରଧାନ, ଗୁଣନିଧି ସାହୁ, ସୁକାନ୍ତ ସାହୁ, ରମେଶ ସାହୁ, ବିଜୟ ନନ୍ଦ, ରାଜେଶ ନନ୍ଦ ପ୍ରମୁଖ ଅତିଥିଭାବେ ଯୋଗଦେଇ ବିଜୟୀଦଳକୁ ୧୮,୦୦୦ ଟଙ୍କାସହ ଚାମ୍ପିୟନ ଟ୍ରଫି ଓ ରନରଅପ୍‌ ଦଳକୁ ୧୨,୦୦୦ ଟଙ୍କା ଓ ଟ୍ରଫି ପ୍ରଦାନ କରିଥିଲେ। ଚାମ୍ପିୟନ ଦଳର ଚନ୍ଦନଙ୍କୁ ପ୍ଲେୟର ଅଫ ଦି ଫାଇନାଲ ଓ ରନରଅପ୍‌ ଦଳର ପବିତ୍ରଙ୍କୁ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଆୟୋଜକ କ୍ଲବ ପକ୍ଷରୁ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷଦେବ ସ୍ବାଇଁ , ସୁନୀଲ ଦଳେଇ ଓ ସତ୍ୟରଞ୍ଜନ ବାରିକ ମ୍ୟାଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri