ପୁଣି ଥରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହେଲେ ରାନିଲ ବିକ୍ରମସିଂଘେ

କଲମ୍ବୋ,୧୨।୫: ଶ୍ରୀଲଙ୍କାରେ ଗମ୍ଭୀର ଆର୍ଥତ୍କ ଓ ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେ ପୁଣି ଥରେ ଶାସନକୁ ଫେରିଛନ୍ତି। ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କ ସହ ବୁଧବାର ରୁଦ୍ଧଦ୍ୱାର ବୈଠକ ପରେ ୟୁନାଇଟେଡ୍‌ ନ୍ୟାଶନାଲ ପାର୍ଟି(ୟୁଏନ୍‌ପି) ନେତା ତଥା ୭୩ ବର୍ଷୀୟ ବିକ୍ରମସିଂଘେ ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଶ୍ରୀଲଙ୍କାର ୨୨୫ ସଦସ୍ୟ ବିଶିଷ୍ଟ ସଂସଦରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେଙ୍କ ୟୁନାଇଟେଡ ନ୍ୟାସନାଲ ପାର୍ଟି(ୟୁଏନ୍‌ପି)ର କେବଳ ଗୋଟିଏ ଆସନ ରହିଛି। ଏହା ସତ୍ତ୍ୱେ ବି ସେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ଅନ୍ତରୀଣ ପ୍ରଶାସନର ନେତୃତ୍ୱ ନେବା ପାଇଁ ବିକ୍ରମସିଂଘେ ସମସ୍ତ ଦଳର ସମର୍ଥନ ପାଇଛନ୍ତି। ଆସନ୍ତା ୬ମାସ ଯାଏ ତାଙ୍କ ସରକାର ଚାଲିବ ବୋଲି କୁହାଯାଉଛି। ଦେଶର ପୁରୁଣା ଦଳ ୟୁଏନ୍‌ପି ୨୦୨୦ ନିର୍ବାଚନରେ ଗୋଟିଏ ବି ଆସନ ହାତେଇପାରି ନ ଥିଲା। ସୂଚନାଯୋଗ୍ୟ, ଶ୍ରୀଲଙ୍କାର ୪ଥର ପ୍ରଧାନମନ୍ତ୍ରୀ ହୋଇଥିବା ବିକ୍ରମସିଂଘେଙ୍କୁ ଅକ୍ଟୋବର ୨୦୧୮ ରେ ତତ୍କାଳୀନ ରାଷ୍ଟ୍ରପତି ମାଇଥ୍ରିପାଲା ସିରିସେନା ପ୍ରଧାନମନ୍ତ୍ରୀ ପଦରୁ ହଟାଇ ଦେଇଥିଲେ। ତେବେ ମାତ୍ର ୨ମାସ ପରେ ସିରିସେନା ତାଙ୍କୁ ଏହି ପଦରେ ପୁନଃନିଯୁକ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଲିଗଲା ଆତଙ୍କ

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?