ପାକିସ୍ତାନରେ ନାବାଳିକାଙ୍କ ଧର୍ମାନ୍ତରୀକରଣ ନେଇ ଚିନ୍ତାବ୍ୟକ୍ତ କଲା ଜାତିସଂଘ…

ଜେନେଭା,୧୭।୧ : ପାକିସ୍ତାନର ମୌଳିବାଦୀ ଚେହେରା ପୁଣି ଥରେ ବିଶ୍ୱ ସାମ୍ନାରେ ପ୍ରକାଶ ପାଇଛି। ଜାତିସଂଘର ବିଶେଷଜ୍ଞମାନେ ପାକିସ୍ତାନରେ ଧାର୍ମିକ ଅଳ୍ପସଂଖ୍ୟଙ୍କ ନାବାଳିକାଙ୍କ ଅପହରଣ, ବାଧ୍ୟତାମୂଳକ ବିବାହ ଏବଂ ନାବାଳିକ ତଥା ଯୁବତୀମାନଙ୍କ ଧର୍ମାନ୍ତରୀକରଣ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ବିଶେଷଜ୍ଞମାନେ ସହମତ ହୋଇଛନ୍ତି ଯେ ପାକିସ୍ତାନରେ ଧାର୍ମିକ ମୌଳବାଦୀମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି। ମିଳିତ ଜାତିସଂଘ ପାକିସ୍ତାନକୁ ଏହି ପ୍ରଥାକୁ ଶେଷ କରିବା ଏବଂ ପୀଡିତଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ କରିବାକୁ ତୁରନ୍ତ ଉଦ୍ୟମ କରିବାକୁ ଆହ୍ବାନ ଦେଇଛି।

ମିଳିତ ଜାତିସଂଘର ବିଶେଷଜ୍ଞମାନେ ପାକିସ୍ତାନ ସରକାରଙ୍କୁ ଘରୋଇ ଆଇନ ତଥା ଅନ୍ତର୍ଜାତୀୟ ମାନବିକ ଅଧିକାର ପ୍ରତିଶ୍ରୁତି ଅନୁଯାୟୀ ଏହି କାର୍ଯ୍ୟଗୁଡ଼ିକୁ ନିରପେକ୍ଷ ଭାବରେ ବନ୍ଦ କରିବା ଏବଂ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ଅପରାଧୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଜରୁରୀ ବୋଲି ଜାତିସଂଘ କହିଛି।

ଜାତିସଂଘର ବିଶେଷଜ୍ଞମାନେ ଏହା ମଧ୍ୟ କହିଛନ୍ତି ଯେ ୧୩ ବର୍ଷରୁ କମ ବୟସ୍କା ନାବାଳିକାଙ୍କୁ ସେମାନଙ୍କ ପରିବାରରୁ ଅପହରଣ କରାଯାଉଛି। ଘରଠାରୁ ବହୁ ଦୂରରେ ଚୋରା ଚାଲାଣ କରାଯାଉଛି। ବେଳେବେଳେ ସେମାନଙ୍କ ବୟସଠାରୁ ଦୁଇଗୁଣା ବୟସ୍କ ପୁରୁଷମାନଙ୍କୁ ବିବାହ କରାଯାଇ ଇସଲାମ ଧର୍ମ ଗ୍ରହଣ କରିବାକୁ ବାଧ୍ୟ କରାଯାଉଛି। ଏହା ସମସ୍ତ ଅନ୍ତର୍ଜାତୀୟ ମାନବିକ ଅଧିକାରର ଉଲ୍ଲଂଘନ ବୋଲି ଜାତିସଂଘ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri