ପୁଟିନ୍‌ଙ୍କୁ ରୋକିବା କ୍ଷମତା ଜାତିସଂଘର ବି ନାହିଁ, ବାଇଡେନ୍‌ ମଧ୍ୟ ଅସହାୟ…

ମସ୍କୋ, ୨୩।୨ : ୟୁକ୍ରେନ୍‌ର ଡୋନେସ୍କ୍‌ ଏବଂ ଲୁହାନସ୍କ୍‌ ସହରର କେତେକ ଅଞ୍ଚଳକୁ ରୁଷିଆ ସମର୍ଥିତ ବିଦ୍ରୋହୀ ନିଜ ଦଖଲକୁ ନେଇଛନ୍ତି। ଏହାପରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଏସବୁ ଅଞ୍ଚଳକୁ ସ୍ବତନ୍ତ୍ର ଘୋଷଣା କରିଛନ୍ତି। ରୁଷିଆର ଏଭଳି ପଦକ୍ଷେପକୁ ଦୃଷ୍ଟିରେ ରଖି ଆମେରିକା ଏବଂ ଅନ୍ୟ ଦେଶଗୁଡିକ ପକ୍ଷରୁ କଟକଣା ଜାରି ଆରମ୍ଭ ହୋଇଛି। ପରିସ୍ଥିତି ଏପରି ହୋଇଛି ଯୁଦ୍ଧ ଯେକୌଣସି ସମୟରେ ହୋଇପାରେ ବୋଲି ଆଶଙ୍କା କରାଯାଉଛି।

ତେବେ ପୁଟିନ୍‌ଙ୍କୁ ରୋକିବାର କ୍ଷମତା ଜାତିସଂଘର ମଧ୍ୟ ନାହିଁ। ଏକ୍ଷେତ୍ରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ମଧ୍ୟ ଅସହାୟ। ଜାତିସଂଘ ନିରାପତ୍ତା ପରିଷଦରେ ଆମେରିକା, ରୁଷିଆ, ଫ୍ରାନ୍ସ ଚାଇନା ଏବଂ ବ୍ରିଟେନ୍‌ ଆଦି ୫ ଦେଶ ସ୍ଥାୟୀ ସଦସ୍ୟ ରହିଛନ୍ତି। ଏହା ସହିତ ପରିଷଦରେ ୧୦ ଜଣ ଅସ୍ଥାୟୀ ସଦସ୍ୟ ଅଛନ୍ତି।

ପ୍ରତି ୨ ବର୍ଷରେ ଅସ୍ଥାୟୀ ସଦସ୍ୟଙ୍କୁ ନିରାପତ୍ତା ପରିଷଦକୁ ମନୋନୀତ କରାଯାଇଥାଏ। ୫ ସ୍ଥାୟୀ ସଦସ୍ୟଙ୍କ ପାଖରେ ଭିଟୋ ଅଧିକାର ରହିଛି।

ସମ୍ପ୍ରତି ରୁଷିଆ ନିରାପତ୍ତା ପରିଷଦର ଅଧ୍ୟକ୍ଷତା କରୁଛି। ଫଳରେ ଆମେରିକା, ବ୍ରିଟେନ୍‌ ଅବା ଫ୍ରାନ୍ସ୍‌ ପକ୍ଷରୁ ପରିଷଦରେ ରୁଷିଆ ବିରୋଧରେ କୌଣସି ପ୍ରସ୍ତାବ ଆଗତ ହେଲେ ଏହା ପାରିତ ହେବା ସମ୍ଭାବନା କମ୍‌। ଅପରପକ୍ଷରେ ଶାନ୍ତି ଏବଂ ସଞ୍ଜମତାର କଥା କହୁଥିବା ଚାଇନା ମଧ୍ୟ ରୁଷିଆକୁ ସମର୍ଥନ କରିବାର ଯଥେଷ୍ଟ ଆଶା ରହିଛି। ଫଳରେ ରୁଷିଆ କୌଣସି ବାଧା ବିନା ୟୁକ୍ରେନ୍‌ ଉପରେ ଆକ୍ରମଣ କରିପାରିବ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri