ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି ଜିଲାସ୍ତରୀୟ ଫୁଟବଲ ପ୍ରତିଯୋଗିତା ସୋମବାର ଆନୁଷ୍ଠାନିକ ଭାବରେ ଉଦ୍‌ଘାଟିତ ହୋଇଯାଇଛି । ଜିଲା କ୍ରୀଡ଼ା ସଂସଦର ଉପ ସଭାପତି ଯୁଗଳ ପ୍ରସାଦ ସିଂଙ୍କ ପୌରହିତ୍ୟ ଓ ସଚ୍ଚିଦାନନ୍ଦ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ବରଗଡ଼ ଜିଲାପାଳ ତଥା ଜିଲା କ୍ରୀଡ଼ା ସଂସଦ ସଭାପତି ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ବରଗଡ଼ ଆରକ୍ଷୀ ଅଧିକ୍ଷକ ତଥା କ୍ରୀଡ଼ା ସଂସଦ ଉପ ସଭାପତି ପ୍ରହଲ୍ଲାଦ ସହାୟ ମୀନା ଅତିଥି ଭାବରେ ଯୋଗଦେଇଥିଲେ। ଜିଲା କ୍ରୀଡ଼ା ସଂସଦର ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର, ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ଉପ ସଭାପତି ରବି ପଣ୍ଡା, ପ୍ରାକ୍ତନ ସମ୍ପାଦକ ଅରୁଣ କୁମାର ମହାନ୍ତି, ପ୍ରଭାତ ଆଦିତ୍ୟ ମିଶ୍ର , କ୍ରୀଡ଼ା ସମ୍ପାଦକ ହରଦୀପ ସିଂ, ଫୁଟବଲ ସମ୍ପାଦକ ଶେକ ସବଦର, କୋଷାଧ୍ୟକ୍ଷ ଡଃ ଶୁଭ୍ରାଂଶୁ ଶେଖର ମହାପାତ୍ର, ଆଉଟଡୋର୍‌ ଗେମ୍ସ ସମ୍ପାଦକ ସୁରେଶ ଦାଶ, ଜିଲା କ୍ରୀଡ଼ା ଅଧିକାରୀ ଅଜୟ ପଟ୍ଟନାୟକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା, କାଉନସିଲ ସଦସ୍ୟ ମହେନ୍ଦ୍ର ଦାଶ, ପ୍ରାକ୍ତନ ଖେଳାଳି ପ୍ରେମନାଥ ଗିରି, ଜ୍ଞାନ ରଞ୍ଜନ ପୂଜାରୀ, ପ୍ରଦୀପ ପ୍ରଧାନ, ଶୌର୍ଯ୍ୟ ରଞ୍ଜନ ରାଏ, ବେଣୁ ପ୍ରଧାନ, ସୁଜିତ୍‌ ମହାନ୍ତି, ରମାକାନ୍ତ ଦାଶ, ବିକାଶ ବିଶାଳ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନୀ ମ୍ୟାଚ୍‌ଟି ୟୁନାଇଟେଡ ସ୍ପୋର୍ଟସ କ୍ଲବ ଓ ସୁପର ଜିମ୍ନାସିୟମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ୨-୧ ଗୋଲରେ ବିଜୟୀ ହୋଇଥିଲା। ୟୁନାଇଟେଡ ସ୍ପୋର୍ଟସ କ୍ଲବ ଦଳର ୧୧ ନମ୍ବର ଖେଳାଳି ରୋହନଙ୍କୁ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବରେ ପୁରସ୍କୃତ କରାଯାଇଥିଲା। ଖେଳକୁ ଶୁଭମ ପାତ୍ର ପରିଚାଳନା କରିଥିବା ବେଳେ ତାଙ୍କୁ ଲାଇନରେ ପୂର୍ଣ୍ଣ ଚନ୍ଦ୍ର ଭୁଏ, ବଣ୍ଟି ପ୍ରଧାନ। ଚତୁର୍ଥ ରେଫରି ଥିଲେ ଉମାକାନ୍ତ ସାହୁ ସହଯୋଗ କରିଥିଲେ । ସୁରେଶ ଦାଶ ମ୍ୟାଚ କମିଶନର ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri