ଇସ୍ରାଏଲର ସ୍ଥଳ ଆକ୍ରମଣରେ ବାଧା ସାଜିଛନ୍ତି ଆମେରିକା-ବ୍ରିଟେନ…

ଜେରୁଜେଲମ/ଓ୍ବାଶିଂଟନ,୨୧।୧୦: ଆତଙ୍କବାଦୀ ସଂଗଠନ ହମାସର ଆକ୍ରମଣ ପରେ ଇସ୍ରାଏଲ ସେନା ଗତ କିଛି ଦିନ ହେବ ଗାଜା ଷ୍ଟ୍ରିପ ଉପରେ ବୋମା ମାଡ କରୁଛି। ଗାଜାରେ ସ୍ଥଳ ଆକ୍ରମଣ ପାଇଁ ଇସ୍ରାଏଲ ସେନା ପ୍ରସ୍ତୁତ ହେଉଛି। ଏଥିପାଇଁ ଗାଜା ସୀମାରେ ଇସ୍ରାଏଲ ସେନାର ଶହ ଶହ ଟ୍ୟାଙ୍କ ଜମା ହେବାରେ ଲାଗିଛି। ବର୍ତ୍ତମାନ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଆମେରିକା, ବ୍ରିଟେନ ଏବଂ ୟୁରୋପୀୟ ଦେଶମାନେ ବର୍ତ୍ତମାନ ଇସ୍ରାଏଲକୁ ଗାଜାରେ ଗ୍ରାଉଣ୍ଡ ଆକ୍ରମଣ କରିବାକୁ ଅଟକାଉଛନ୍ତି।

ରିପୋର୍ଟରେ କୁହାଯାଇଛି ଇସ୍ରାଏଲ ଯଦ ସ୍ଥଳ ଆକ୍ରମଣ କରେ ତେବେ ହମାସ ଦ୍ୱାରା ଅପହରଣ ହୋଇଥିବା ଲୋକଙ୍କୁ ଉଦ୍ଧାର କରିବାରେ ଅସୁବିଧା ହୋଇପାରେ। ସ୍ଥଳ ଆକ୍ରମଣକୁ ବନ୍ଦ କରିବାକୁ ଆମେରିକା ଏବଂ ବ୍ରିଟେନ ଇସ୍ରାଏଲକୁ କହିଛନ୍ତି। କେବଳ କୂଟନୈତିକ ଉପାୟ ଦ୍ୱାରା ବନ୍ଧକମାନଙ୍କୁ ମୁକ୍ତ କରାଯାଇପାରିବ କି ନାହିଁ ତାହା ଜାଣିବା ପାଇଁ ଉଦ୍ୟମ ଚାଲିଛି।

ମିଡିଆ ରିପୋର୍ଟ ଅନୁଯାୟୀ, ଆମେରିକାର ଏବଂ ଇସ୍ରାଏଲର ଗୁପ୍ତଚର ଅଧିକାରୀମାନେ ଆକଳନ କରୁଛନ୍ତି ଲେବାନନର ଆତଙ୍କବାଦୀ ସଂଗଠନ ହିଜବୁଲ ଇସ୍ରାଏଲର ସ୍ଥଳ ଆକ୍ରମଣ ପରେ ଇସ୍ରାଏଲ ଉପରେ ଆକ୍ରମଣ କରିପାରିବ କି ନାହିଁ। ଏହାପୂର୍ବରୁ ଆମେରିକା ହମାସ ସହିତ ଲଢ଼େଇରେ ଇସ୍ରାଏଲକୁ ସମ୍ପୂର୍ଣ୍ଣ ସମର୍ଥନ ଘୋଷଣା କରିଥିଲା।

ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ତାଙ୍କ ଇସ୍ରାଏଲ ପ୍ରତିପକ୍ଷଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି। ଇସ୍ରାଏଲକୁ ସାହାଯ୍ୟ କରିବା ପାଇଁ ଆମେରିକା ଏହାର ଯୁଦ୍ଧ ଜାହାଜ ଡୱାଇଟ ଡି ଆଇଜେନହାୱକୁ ଭୂମଧ୍ୟସାଗରକୁ ପଠାଇଛି। ଆମେରିକାର ଅନ୍ୟ ଏକ ଯୁଦ୍ଧ ଜାହାଜ, ୟୁଏସଏସ ଜେରାଲ୍ଡ ଆର ଫୋର୍ଡ, ଭୂମଧ୍ୟସାଗରରେ ନିୟୋଜିତ ହୋଇସାରିଛି । ହମାସ ଦୁଇ ଜଣ ଆମେରିକୀୟ ନାଗରିକଙ୍କୁ ମୁକ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri