ଭୋର୍‌ ସାଢ଼େ ୨ଟାରେ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବ ରୁଷିଆ, ଆମେରିକାର ଦାବି…

ଓ୍ପାଶିଂଟନ, ୧୫।୨ : ୟୁକ୍ରେନ୍‌ ଉପରେ ବୁଧବାର ସ୍ଥାନୀୟ ସମୟ ଭୋର୍‌ ସାଢ଼େ ୫ଟାରେ ରୁଷିଆ ଆକ୍ରମଣ କରିବାର ଯୋଜନା କରିଛି ବୋଲି ଆମେରିକା ପ୍ରତିରକ୍ଷା ବିିଭାଗ ପକ୍ଷରୁ ଦାବି କରାଯାଇଛି। ସ୍ଥାନୀୟ ସମୟ ଭୋର୍‌ ୩ଟାରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଆକ୍ରମଣ ସମ୍ପର୍କରେ ଘୋଷଣା କରିବା ପରେ ରୁଷିଆ ଆକ୍ରମଣକୁ ଚୂଡ଼ାନ୍ତ ରୂପ ଦେବ ବୋଲି ପ୍ରତିରକ୍ଷା ବିଭାଗ କହିଛି।

ଭାରତୀୟ ସମୟାନୁସାରେ ଯୁଦ୍ଧ ଘୋଷଣା ରାତି ୧୨ଟାରେ କରାଯିବ। ଏହାପରେ ଯୋଜନାବଦ୍ଧ ଭାବେ ୟୁକ୍ରେନ୍‌ ରାଜଧାନୀ କାଇଭ୍‌କୁ ମସ୍କୋର ନିୟନ୍ତ୍ରଣକୁ ନିଆଯିବ। ଭାରତୀୟ ସମୟ ରାତି ସାଢ଼େ ଦୁଇଟାରେ ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ ଆରମ୍ଭ କରିବ।

ପ୍ରଥମେ କାଇଭ୍‌ର ସୈନ୍ୟ ଶିବିର, ସରକାରୀ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଉପରେ ରୁଷିଆ ଯୁଦ୍ଧ ବିମାନ ଆକ୍ରମଣ କରିବ। ୟୁକ୍ରେନ୍‌ର ଦକ୍ଷିଣ ତଟୀୟ ଅଞ୍ଚଳରେ ରୁଷିଆ ଅକ୍ରମଣ କରିବାର ଯୋଜନା କରିଛି। ୟୁକ୍ରେନ୍‌ର ପୂର୍ବ ସୀମାରେ ରୁଷିଆର ୧,୨୬,୦୦୦ରୁ ଅଧିକ ସୈନ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତ ହୋଇ ରହିଥିବାବେଳେ ଉତ୍ତରରେ ବେଲାରୁଷରେ ୮୦,୦୦୦ ସୈନ୍ୟ ନିର୍ଦ୍ଦେଶକୁ ଅପେକ୍ଷା କରି ରହିଛନ୍ତି।

ରୁଷିଆ ସୈନ୍ୟ ୟୁକ୍ରେନ୍‌ ସୀମାରୁ ହଟୁଥିବା ନେଇ ମଙ୍ଗଳବାର ସୂଚନା ମିଳିଥିଲା ବୋଲି ଆମେରିକା ପ୍ରତିରକ୍ଷା ଏଜେନ୍ସି କହିଛି। ତେବେ ରୁଷିଆ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରି ନାହିଁ। ଏଥିରୁ ଜଣାପଡୁଛି ଯେ ରୁଷିଆ ଆକ୍ରମଣ ଲାଗି ଚୂଡ଼ାନ୍ତ ପ୍ରସ୍ତୁତି କରି ସାରିଥିବା ନେଇ ଏଜେନ୍ସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?