ଆମେରିକାର ଦାବି, ୟୁକ୍ରେନ୍‌ ଆକ୍ରମଣ ପାଇଁ ୭୦ ପ୍ରତିଶତ ପ୍ରସ୍ତୁତି ଶେଷ କରିଛି ରୁଷିଆ…

ଓ୍ବାଶିଂଟନ, ୭।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ପାଇଁ ୭୦ ପ୍ରତିଶତ ପ୍ରସ୍ତୁତି ଶେଷ କରିଛି। ଆମେରିକାର ଅଧିକାରୀମାନେ ଏହା ଦାବି କରିଛନ୍ତି। ସେମାନେ କହିଛନ୍ତି ଯେ ରୁଷିଆ ବର୍ତ୍ତମାନ ୟୁକ୍ରେନ ଉପରେ ଏକ ବଡ଼ ଧରଣର ଆକ୍ରମଣ ଆରମ୍ଭ କରିବାକୁ ଯାଉଛି। ଫେବୃଆରୀ ମଧ୍ୟଭାଗରୁ ୟୁକ୍ରେନ ସୀମାରେ ଅତିରିକ୍ତ ଲଜିଷ୍ଟିକ୍ସ, ଭାରି ଯନ୍ତ୍ରପାତି ଏବଂ ଅସ୍ତ୍ରଶସ୍ତ୍ର ଯୋଗାଣ ପାଇଁ ସ୍ଥିତି ଅନୁକୂଳ ହେଲେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବାର ଯୋଜନା କରିଥିବା ଆମେରିକା ଅଧିକାରୀମାନେ ପ୍ରକାଶ କରିଛନ୍ତି। ଏକ ଲକ୍ଷରୁ ଅଧିକ ରୁଷିଆ ସୈନ୍ୟ ପୂର୍ବରୁ ସୀମାରେ ମୁତୟନ ହୋଇଛନ୍ତି। ତେବେ ରୁଷିଆ ଏହାକୁ ଆକ୍ରମଣର ପ୍ରସ୍ତୁତି ବୋଲି ହେଉଥିବା ଆମେରିକାର ବାରମ୍ବାର ଅଭିଯୋଗକୁ ଅସ୍ବୀକାର କରି କହିଛି ଯେ ସୈନ୍ୟମାନେ ସେଠାରେ ଅଭ୍ୟାସ କରୁଛନ୍ତି।

ଆମେରିକା ଏବଂ ନାଟୋ ସହଯୋଗୀମାନେ ଅଭିଯୋଗ କରିଛନ୍ତି, ଏଭଳି ମନ୍ତବ୍ୟ ଦେବା ପଛରେ ରୁଷିଆର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ୟୁକ୍ରେନକୁ ନିଜର ପ୍ରତିରକ୍ଷା ପାଇଁ ପ୍ରସ୍ତୁତ ହେବାକୁ ସୁଯୋଗ ନ ଦେବା। ବର୍ତ୍ତମାନ ପାଣିପାଗ କାରଣରୁ ରୁଷିଆ ଆକ୍ରମଣ କରୁନାହିଁ। ଫେବୃଆରୀ ୧୫ରୁ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ଆକ୍ରମଣ ପାଇଁ ସବୁଠାରୁ ଅନୁକୂଳ ସମୟ ଥିବାରୁ ରୁଷିଆ ଆଗକୁ ବଢ଼ିବାର ଯୋଜନା କରୁଛି।
ଏହା ସହିତ ଅଧିକାରୀମାନେ କହିଛନ୍ତି ୟୁକ୍ରେନ ଉପରେ ଆକ୍ରମଣ ହେଲେ ୫୦ ହଜାରରୁ ଅଧିକ ସାଧାରଣ ନାଗରିକଙ୍କ ମୃତ୍ୟୁ ହେବାର ଆଶଙ୍କା ରହିଛି। ଏହା ବ୍ୟତୀତ ଆକ୍ରମଣର କିଛି ଦିନ ମଧ୍ୟରେ ୟୁକ୍ରେନର ରାଜଧାନୀ ରୁଷିଆର ଅଧୀନରେ ରହିବ, ଯାହା ଫଳରେ ୟୁରୋପରେ ଏକ ବଡ଼ ଧରଣର ଶରଣାର୍ଥୀ ସଙ୍କଟ ଦେଖାଦେଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?