ଭେନଜୁଏଲା ରାଷ୍ଟ୍ରପତି ନିକୋଲସଙ୍କୁ ମାନ୍ୟତା ଦେବାକୁ ମନାକଲା ଆମେରିକା…

ଓ୍ବାଶିଂଟନ,୪।୧ : ଭେନଜୁଏଲାର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଆଇନଗତ ମାନ୍ୟତା ଦେବାକୁ ଆମେରିକା ମନା କରିଦେଇଛି। ହ୍ବାଇଟ ହାଉସ ଏକ ବିବୃତ୍ତି ଜାରି କରି କହିଛି ଯେ ଏହା ମଦୁରୋଙ୍କୁ ରାଷ୍ଟ୍ରପତି ଭାବରେ ଗ୍ରହଣ କରେ ନାହିଁ। ଆମେରିକାର ବୈଦେଶିକ ବିଭାଗର ମୁଖପାତ୍ର ନେଡ ପ୍ରାଇସ କହିଛନ୍ତି ଯେ ତାଙ୍କ ଦେଶ ୨୦୧୫ ରେ ଭେନଜୁଏଲାର ଗଣତାନ୍ତ୍ରିକ ଭାବରେ ଗଠିତ ଜାତୀୟ ସଭାକୁ ଦେଶର ଶେଷ ଅନ୍ତିମ ଗଣତାନ୍ତ୍ରିକ ଅନୁଷ୍ଠାନ ଭାବରେ ସ୍ବୀକୃତି ପ୍ରଦାନ ଜାରି ରଖିବେ। ନିକୋଲାସ ମଦୁରୋଙ୍କୁ ସ୍ବୀକୃତି ପ୍ରଦାନ କରାଯିବ ନାହିଁ।

ସୂଚନାଯୋଗ୍ୟ, ଆମେରିକା ବିରୋଧୀଦଳର ନେତା ଜୁଆନ ଗୁଏଡୋଙ୍କୁ ଭେନଜୁଏଲାର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ଭାବରେ ସ୍ବୀକୃତି ଦେଇଛି। ଆମେରିକାର ବିବୃତ୍ତି ଅନୁଯାୟୀ, ନେଡ ପ୍ରାଇସ କହିଛନ୍ତି ଯେ ୨୦୨୪ ଭେନଜୁଏଲା ନିର୍ବାଚନ ପାଇଁ ନିକୋଲାସ ମାଦୁରୋ ଉପରେ ମିଳିତ ବିରୋଧୀ ଫ୍ରଣ୍ଟ ସହ ମେକ୍ସିକୋ ଆଲୋଚନାରେ ଅର୍ଥପୂର୍ଣ୍ଣ ଅଗ୍ରଗତି ପାଇଁ ଆମେ ଆଗକୁ ବଢ଼ିବା ଜାରି ରଖିବୁ। ସେ କହିଛନ୍ତି ଯେ ଭେନଜୁଏଲା ଲୋକଙ୍କୁ ମାନବିକ ସଙ୍କଟ ଦୂର କରିବାରେ ଆମେରିକା ସହାୟତା ଜାରି ରଖିବ। ୨୦୧୭ ପରଠାରୁ ଆମେରିକା ୨.୩ ବିଲିୟନ ଡଲାରରୁ ଅଧିକ ମାନବିକ ସହାୟତା ଯୋଗାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri