ଓପେକ୍‌ ଦେଶର ତୈଳ ଉତ୍ପାଦନ ହ୍ରାସ ନେଇ ଆମେରିକା ରୁଷିଆକୁ କଲା ଟାର୍ଗେଟ…

ଓ୍ବାଶିଂଟନ,୧୯।୧୦: ସାଉଦି ଆରବ ନେତୃତ୍ୱାଧୀନ ତୈଳ ଉତ୍ପାଦନକାରୀ ଓପେକ ପ୍ଲସ୍‌ ଦେଶଗୁଡ଼ିକ ପକ୍ଷରୁ ତୈଳ ଉତ୍ପାଦନ ହ୍ରାସ ଘୋଷଣା କରିବା ପରେ ଏହାକୁ ନେଇ ଆମେରିକା କ୍ରୋଧିତ ହୋଇଛି। ଆମେରିକା କହିଛି ଯେ ଏହି ସବୁ ଦେଶର ନିଷ୍ପତ୍ତି ପଛରେ ରୁଷିଆର ସମର୍ଥନ ରହିଛି। ଏହା ଯୋଗୁ ଭବିଷ୍ୟତରେ ଅସୁବିଧା ସୃଷ୍ଟି ହେବ ବୋଲି ଆମେରିକା କହିଛି।

ଓପେକ୍‌ ପ୍ଲସ୍‌ ଦେଶଗୁଡ଼ିକ ନିକଟରେ ତୈଳ ଉତ୍ପାଦନ ଦିନକୁ ୨୦ ଲକ୍ଷ ବ୍ୟାରେଲ ହ୍ରାସ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଏନେଇ ହ୍ବାଇଟ ହାଉସର ପ୍ରେସ ସଚିବ କରାଇନ ଜିନ-ପିୟରେ ଖବରଦାତାମାନଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ ଗତ ସପ୍ତାହରେ ଓପେକ୍‌ ଦେଶଗୁଡ଼ିକର ନିଷ୍ପତ୍ତି ରୁଷିଆ ସପକ୍ଷରେ ଏବଂ ଆମେରିକାର ସ୍ବାର୍ଥ ବିରୁଦ୍ଧରେ ଥିଲା। ଆମେ ବିଶ୍ୱାସ କରୁ ଏହି ନିଷ୍ପତ୍ତି ନିମ୍ନ ଆୟକାରୀ ଅର୍ଥନୀତିକୁ କ୍ଷତି ପହଞ୍ଚାଇବାକୁ ଯାଉଛି। ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ ଏହା ବିଭ୍ରାନ୍ତିକର ଏବଂ ଏହା ଏକ ଭୁଲ ଏବଂ ଅଦୂରଦୃଷ୍ଟିପୂର୍ଣ୍ଣ ନିଷ୍ପତ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri