Posted inଖେଳ

ୟୁନାଇଟେଡ୍‌ ୟୁଥ୍‌ ସ୍ପୋର୍ଟିଂ ୪-୩ରେ ବିଜୟୀ

ଭୁବନେଶ୍ୱର, ୧୦।୮ (ତପନ ସ୍ବାଇଁ): ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟବଲ ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ୟୁନାଇଟେଡ ୟୁଥ୍‌ ସ୍ପୋର୍ଟିଂ ବିଜୟୀ ହୋଇଛି। ଏକଦା ୦-୩ ଗୋଲରେ ପଛୁଆ ରହିବା ସତ୍ତ୍ୱେ ଏହି ଦଳ ୪-୩ ଗୋଲରେ ମଦର୍ସ ଫୁଟବଲ କ୍ଲବକୁ ପରାସ୍ତ କରିଛି। ମ୍ୟାଚ ଆରମ୍ଭରେ ମଦର୍ସ ଦଳ ଚମତ୍କାର ଖେଳିଥିଲା। ୧ମ, ୯ମ ଓ ୧୫ଶ ମିନିଟରେ ରୋହିତ ସଇଶ, ସୁଶାନ୍ତ ବେହେରା ଓ ଜାନୋପ ସୋନମ ଗୋଟିଏ ଲେଖାଏ ଗୋଲ ଦେଇ ମସର୍ଦକୁ ୩-୦ରେ ଅଗ୍ରଣୀ କରାଇଥିଲେ। ଚାପର ବଶବର୍ତ୍ତୀ ହୋଇଥିବା ୟୁନାଇଟେଡ ସ୍ପୋର୍ଟିଂ ପକ୍ଷରୁ ଜଗନ୍ନାଥ ବାରିକ ୩୪ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ଦ୍ୱିତୀୟାର୍ଦ୍ଧରେ କିନ୍ତୁ ଭିନ୍ନ ଖେଳ ଦେଖାଇଥିଲା ୟୁନାେଇଟଡ ସ୍ପୋର୍ଟିଂ। ୪୮ତମ ମିନିଟେjର ଅଭିଷେକ ପଢ଼ିଆରୀ, ୫୪ତମ ମିନିଟରେ ଟିପୁନା ରାଉତ ଗୋଟିଏ ଲେଖାଏ ଗୋଲ ଦେବାରୁ ମ୍ୟାଚ ୩-୩ ସ୍ଥିତିକୁ ଚାଲି ଆସିଥିଲା।

୬୬ତମ ମିନିଟରେ ବାପୁନି ବିନ୍ଧାଣୀ ସ୍କୋର କରିଥିବା ଗୋଲଟି ନିର୍ଣ୍ଣାୟକ ହୋଇଥିଲା। ଗୋଲ ପରିଶୋଧ କରିବାକୁ ମଦର୍ସ ଖେଳାଳିମାନେ ଆପ୍ରାଣ ଉଦ୍ୟମ କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ଆୟୋଜକ ଆସୋସିଏଶନର ଉପସଭାପତି ରାଧାନାଥ ମହାପାତ୍ର ଉପସ୍ଥିତ ରହି ୟୁନାଇଟେଡ ସ୍ପୋର୍ଟିଂର ବାପୁନି ବିନ୍ଧାଣୀଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାଚ ପରିଚାଳନା କରିଥିଲେ ରାଜେନ୍ଦ୍ର ବାରିକ। ସୁଶାନ୍ତ ମିଶ୍ର ଓ ଆଲୋକ ଦେହୁରୀ ତାଙ୍କୁ ସହାୟତା କରିଥିଲେ। ଶିବ ସାମନ୍ତରାୟ ୪ର୍ଥ ରେଫରି ଥିଲେ। ଗୁରୁବାର ଆର୍ଡୋର ଫୁଟବଲ ଏକାଡେମୀ ସିନିୟର ଓ ଲିଙ୍ଗରାଜ କ୍ଲବ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri