Posted inଫୁରସତ

ଅଖଣ୍ଡତା ଲାଗି ଏକତା ଜରୁରୀ

ଦେଶର ଅଖଣ୍ଡତା ଲାଗି ଏକତା ଜରୁରୀ। ଏହା ଦ୍ୱାରା ଦେଶବାସୀ ଏକଜୁଟ ହୋଇ ବିଭିନ୍ନ ସମସ୍ୟାର ସଫଳ ସମାଧାନ କରିବାକୁ ସକ୍ଷମ ହୋଇଥା’ନ୍ତି। କରୋନା ମହାମାରୀ ଲଢ଼େଇରେ ଦେଶର ଜନସାଧାରଣଙ୍କ ମଧ୍ୟରେ ଦେଖାଦେଇଥିବା ଏକତାକୁ ବିଶ୍ୱସ୍ତରରେ ପ୍ରଶଂସା କରାଯାଉଛି।
ସ୍ବାଧୀନ ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମଦିନ ସ୍ମୃତିରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ୨୦୧୪ରେ ଭାରତ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସ୍ବାଧୀନ ଭାରତ ସହିତ ପ୍ରାୟ ୫୬୫ ରାଜରାଜୁଡ଼ା ଅଞ୍ଚଳକୁ ମିଶାଇବାରେ ପଟେଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ଭାରତର ଏକୀକରଣରେ ପଟେଲ ନୂଆ ଇତିହାସ ସୃଷ୍ଟି କରିଥିଲେ। ସେ ୧୮୭୫ ଅକ୍ଟୋବର ୩୧ରେ ଗୁଜରାଟର ନାଦିଆଦ୍‌ଠାରେ ଜନ୍ମ ଗ୍ରହଣ କରିଥିଲେ। ଅଖଣ୍ଡ ଭାରତ ଗଠନରେ ତାଙ୍କର କାର୍ଯ୍ୟକୁ ମନେରଖିବା ଲାଗି ଦେଶରେ ଅକ୍ଟୋବର ୩୧ରେ ଜାତୀୟ ଏକତା ଦିବସ ପାଳିତ ହେଉଛି। ପଟେଲ ଲୌହ ମାନବ ଭାବେ ବେଶ୍‌ ଜଣାଶୁଣା।
ଜାତୀୟ ଏକତା ଦିବସ ଏକତା, ଅଖଣ୍ଡତା ଏବଂ ନିରାପତ୍ତା ପ୍ରତି ବିପଦକୁ ପ୍ରତିହତ କରିବା ପାଇଁ ଆମ ଦେଶର ଅନ୍ତର୍ନିହିତ ଶକ୍ତି ଏବଂ ସ୍ଥିରତାକୁ ପୁନଃ ସ୍ଥାପନ କରିବାର ସୁଯୋଗ ପ୍ରଦାନ କରିଥାଏ। ଲୋକଙ୍କ ମଧ୍ୟରେ ଭାଇଚାରାକୁ ସୁଦୃଢ଼ କରିବାରେ ସହାୟକ ହୋଇଥାଏ।
ଏହି ଦିବସ ପାଳନ ଅବସରରେ ଲୋକଙ୍କୁ ଶପଥପାଠ କରାଯାଇଥାଏ। ତାହା ହେଉଛି, ମୁଁ ପ୍ରତିଶ୍ରୁତି ଦେଉଛି ଯେ, ମୁଁ ଦେଶର ଏକତା, ଅଖଣ୍ଡତା ଏବଂ ନିରାପତ୍ତା ରକ୍ଷା ଲାଗି ନିଜକୁ ଉତ୍ସର୍ଗ କରିବି ଏବଂ ମୋର ସାଥୀ ଦେଶବାସୀଙ୍କ ମଧ୍ୟରେ ଏହି ବାର୍ତ୍ତା ପ୍ରସାର କରିବାକୁ ମଧ୍ୟ ଚେଷ୍ଟା କରିବି। ମୁଁ ମୋର ଦେଶର ଏକୀକରଣର ଆତ୍ମା ସହିତ ଏହି ପ୍ରତିଶ୍ରୁତି ଗ୍ରହଣ କରି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଦର୍ଶନ ଏବଂ କାର୍ଯ୍ୟକୁ ସଫଳ କରିବାର ପ୍ରୟାସ କରିବି। ମୋ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ମୁଁ ନିଜର ଅବଦାନ ଯୋଗାଇ ଦେବାକୁ ଦୃଢ଼ ଭାବେ ସଂକଳ୍ପବଦ୍ଧ।
ଭାରତ ସରକାରଙ୍କ ପକ୍ଷରୁ ଆଇରନ୍‌ ମ୍ୟାନ ଅଫ୍‌ ଇଣ୍ଡିଆଙ୍କ ସ୍ମୃତିରେ ଗୁଜରାଟର ନର୍ମଦା ନଦୀ ନିକଟରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଏକ ବିରାଟ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି। ଏହା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’ ଭାବେ ପରିଚିତି ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri